ଲୁଟେରା, ନିଶା ମାଫିଆଙ୍କୁ ଧରାଇବେ ସ୍ଥାନୀୟ ଯୁବକ

୪ ଲୁଟ୍‌ ଓ ଡକାୟତି ଘଟଣାକୁ ନେଇ ଲୋକେ ରାସ୍ତାକୁ ଓହ୍ଲାଇବା ପରେ କମିଶନରେଟ ପୋଲିସର ନିଦ ହଜିଛି। ରସୁଲଗଡ଼ରେ ରାସ୍ତାରୋକୋ ଓ ପୋଡ଼ାଜଳାସ୍ଥଳରେ ପହଞ୍ଚତ୍ ପୋଲିସ କମିଶନର ସତ୍ୟଜିତ୍‌ ମହାନ୍ତି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଇବା ସହ ଆଲୋଚନା ପାଇଁ ଡାକିଥିଲେ। ସନ୍ଧ୍ୟାରେ ଡିସିପି କାର୍ଯ୍ୟାଳୟଠାରେ ସ୍ଥାନୀୟ ଅଞ୍ଚଳର ମୁରବି, ଯୁବକ ଓ ବରିଷ୍ଠ ନାଗରିକଙ୍କୁ ନେଇ ବୈଠକ ବସିଥିଲା। ଡିସିପି ଅନୁପ ସାହୁ ଓ ଅନ୍ୟ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ। ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଲୋକେ କ୍ଷୋଭ ପ୍ରକାଶ କରିବା ସହ ନିଶା କାରବାର ଓ ଲୁଟ୍‌କୁ ନେଇ ନାନା ଅଭିଯୋଗ ଉଠାଇଥିଲେ। ପାଟ୍ରୋଲିଂ ଓ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଥିଲେ। ବହୁ ସମୟ ଧରି ଆଲୋଚନା ଓ ପର୍ଯ୍ୟାଲୋଚନା ପରେ ପୋଲିସ ଲୋକଙ୍କ ସହଯୋଗ ଲୋଡ଼ିଥିଲା। ଅପରାଧୀ କିମ୍ବା କୌଣସି ଲୋକଙ୍କ ଉପରେ ସନ୍ଦେହ ହେଲେ ତୁରନ୍ତ ଜଣାଇବା ସହ ଯଦି କୌଣସି ଘଟଣା ଘଟୁଛି ତୁରନ୍ତ ଅଭିଯୁକ୍ତଙ୍କ ଗାଡ଼ି ନମ୍ବର କିମ୍ବା ଅନ୍ୟ କୌଣସି ସଂକ୍ରାନ୍ତରେ ପୋଲିସକୁ ସୂଚନା ଦେବାକୁ ପରାମର୍ଶ ଦିଆଯାଇଥିଲା। ତେବେ ଏ କ୍ଷେତ୍ରରେ ସମସ୍ତ ସହଯୋଗ ଯୋଗାଇ ଦେବାକୁ ଉପସ୍ଥିତ ଯୁବକ ଓ ଅନ୍ୟମାନେ ସହମତି ଦେଇଥିଲେ। ଏ ନେଇ ପୋଲିସ କମିଶନର ସତ୍ୟଜିତ ମହାନ୍ତି କହିଛନ୍ତି, ଲୁଟେରାଙ୍କୁ ଧରିବା ପାଇଁ ବିଭିନ୍ନ ଛକ ଓ ଗଳି କନ୍ଦିରେ ପୋଲିସ ଚଢ଼ାଉ ସହ ଚେକିଂ ଚଳାଇଛି। ସ୍ଥାନୀୟ ଲୋକେ ଅଜଣା ଲୋକଙ୍କୁ ଚିହ୍ନଟ କରିବାରେ ପୋଲିସକୁ ସହଯୋଗ କରନ୍ତୁ। ଘଟଣା ଘଟିଲେ ତୁରନ୍ତ ସିଧାସଳଖ ପୋଲିସ କମିଶନରଙ୍କ ସିୟୁଜି ମୋବାଇଲ୍‌ ନଂ. ୮୨୮୦୩୩୮୩୦୦ରେ ସମ୍ପର୍କ କରି ଜଣାଇବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri