ଲୁଟ୍‌ର ଶିକାର ହେଉଛନ୍ତି ଫାଇନାନ୍ସ କର୍ମଚାରୀ

ଛତ୍ରପୁର,୮ା୮(ଡି.ଏନ.ଏ)-ବିଭିନ୍ନ ସମୟରେ ମାଇକ୍ରୋ ଫାଇନାନ୍ସ କମ୍ପାନୀର କର୍ମଚାରୀମାନେ ନିକଟସ୍ଥ ବ୍ୟାଙ୍କକୁ ଟଙ୍କା ନେଇ ଗଲାବେଳେ ଲୁଟର ଶିକାର ହେଉଥିବା ନ ନଜିର ରହିଛି ା କମ୍ପାନୀ କର୍ମଚାରୀମାନଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ କରାଯାଉଛି। ସେହିପରି କମ୍ପାନୀର ଫିଲ୍ଡ ଷ୍ଟାଫ୍‌ ମଧ୍ୟ ଲୋକଙ୍କଠାରୁ ଜମା ଟଙ୍କା ସଂଗ୍ରହ କରି ଫେରୁଥିବାବେଳେ ମଧ୍ୟ ଲୁଟ୍‌ର ଶିକାର ହେଉଛନ୍ତି। କେତେକ କ୍ଷେତ୍ରରେ ଲୁଟ୍‌ ଘଟଣାରେ ମାଇକ୍ରୋ ଫାଇନାନ୍ସ କମ୍ପାନୀର ଷ୍ଟାଫ୍‌ ମଧ୍ୟ ସମ୍ପୃକ୍ତ ରହୁଛନ୍ତି। ଏସବୁ ଘଟଣାକୁ କିଭଳି ଏଡାଇ ହେବ ଏବଂ କ’ଣ ସବୁ ପ୍ରତିଷେଧକମୂଳକ ପଦକ୍ଷେପ ନିଆଯିବ ସେ ନେଇ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି ା ବୁଧବାର ଛତ୍ରପୁରସ୍ଥିତ ଗଞ୍ଜାମ ଏସପିଙ୍କ ସମ୍ମିଳନୀ ଗୃହରେ ଏସପି ବ୍ରିଜେଶ କୁମାର ରଏଙ୍କ ଅଧ୍ୟକ୍ଷତାରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକକୁ ଗଞ୍ଜାମ ଜିଲାରେ ଥିବା ୨୨ ମାଇକ୍ରୋ ଫାଇନାନ୍ସ କମ୍ପାନୀର କର୍ତ୍ତୃପକ୍ଷଙ୍କୁ ଡକାଯାଇଥିଲା ା ସେମାନଙ୍କ ସହ ଏସପି ବିସ୍ତୃତ ଭାବେ ଆଲୋଚନା କରିଥିଲେ। ବୈଠକରେ ଗଞ୍ଜାମ ପୋଲିସ ଜିଲାର ବରିଷ୍ଠ ପୋଲିସ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଗଲାବେଳେ ଆବଶ୍ୟକୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି ା କୌଣସି ଅଘଟଣ ଘଟିଲେ କିମ୍ବା ଆଶଙ୍କା ଥିଲେ ତୁରନ୍ତ ସ୍ଥାନୀୟ ଥାନା ପୋଲିସକୁ ଖବର ଦେବାକୁ କୁହାଯାଇଥିଲା ା ଏଥିସହ ଏସପିଙ୍କ କାର୍ଯ୍ୟାଳୟରେ ଚାଲିଥିବା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌କୁ ୧୦୦ ନଂ.ରେ ଡାଏଲ କରି ଜଣାଇପାରିବେ ବୋଲି ସୂଚନା ଦିଆଯାଇଥିଲା ା ବୈଠକରେ ଅତିରିକ୍ତ ଏସପି ସୀତାରାମ ଶତପଥୀ, ଛତ୍ରପୁର ଏସଡପିଓ ଉକତ୍ଳ କେଶରୀ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri