ଲୁଟ୍‌ ଘଟଣାରେ ୩ ଅଭିଯୁକ୍ତ ଗିରଫ: ଟଙ୍କା, ଗାଡ଼ି ଜବତ

ରଣପୁର, ୧୫।୬(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରେ ଗତ ୧୨ ତାରିଖରେ ଘଟିଥିବା ଲୁଟ୍‌ ଘଟଣାରେ ପୋଲିସ ସୋମବାର ୩ ଲୁଟେରାଙ୍କୁ ଗିରଫ କରିଛି। ସେମାନେ ହେଲେ ନୟାଗଡ଼ ସଦର ଥାନା ଅଞ୍ଚଳର ବାଦଲ ଭୁୟାଁ, କୁନା ନାୟକ ଏବଂ ରାମକୃଷ୍ଣ ନାୟକ। ଏମାନଙ୍କ ନିକଟରୁ ପୋଲିସ ୨ ଶହ ଟଙ୍କା, ଭୁଜାଲି, ମୋବାଇଲ ଫୋନ୍‌, ସ୍କୁଟି ଏବଂ ଏକ ମୋଟରସାଇକେଲ ଜବତ କରିଛି।
ପ୍ରକାଶ ଯେ, ଗତ ୧୨ ତାରିଖରେ ରଣପୁର ଥାନା ଅର୍ଜୁନପୁର ଗ୍ରାମର କବିତା ବେହେରା ପୁଅର ଜନ୍ମଦିନ ପାଳନ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ ଚାନ୍ଦପୁର ଶାଖା ଏଟିଏମ୍‌ରୁ ୮ ହଜାର ଟଙ୍କା ଉଠାଇଥିଲେ। ସ୍କୁଟିରେ ପୁଅ ସହ ଘରକୁ ଫେରୁଥିବା ବେଳେ ରାଇପଡ଼ା ଛକରେ ଏକ ପଲସରରେ ଆସି ୩ ଲୁଟେରା ତାଙ୍କୁ ଅଟକାଇଥିଲେ। ଭୁଜାଲି ଦେଖାଇ କବିତାଙ୍କଠାରୁ ସମସ୍ତ ଟଙ୍କା ଲୁଟି ନେବାସହ ସ୍କୁଟିକୁ ମଧ୍ୟ ଛଡାଇ ନେଇଯାଇଥିଲେ l ଏ ନେଇ କବିତା ଚାନ୍ଦପୁର ଥାନାରେ ଅଭିଯୋଗ କରିଥିଲେ। ଥାନା ଇନ୍ସପେକ୍ଟର ଲକ୍ଷ୍ମୀଧର ନାହାକ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିଳେ। ତେବେ ଏମାନଙ୍କ ନାମରେ ବିଭିନ୍ନ ଥାନାରେ ବହୁ ଅପରାଧୀକ ମାମଲା ଥିବା ପୋଲିସ କହିଛି l


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri