ଲୁଟ୍‌ ୧୨.୬୦ଲକ୍ଷ ଟଙ୍କା ବ୍ୟବସାୟୀଙ୍କୁ ଫେରାଇଲା ପୋଲିସ

ଧରାକୋଟ,୯ା୬(ଡି.ଏନ୍‌.ଏ.)- ଧରାକୋଟ ଅଞ୍ଚଳର ବି.ବାୟା ପାତ୍ର, ଏ. ଗଣେଶ ପାତ୍ର, ଏସ୍‌. ତ୍ରିପତି ପାତ୍ର ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରେ ଛେଳି ବିକି ୧୨ଲକ୍ଷ ୮୦ହଜାର ଟଙ୍କା ଧରି ଗତ ୨୭ ତାରିଖରେ ଫେରୁଥିଲେ। ଗିରିସୋଲାରୁ ଏକ ଅଟୋରେ ଫେରୁଥିବାବେଳେ ବିଳମ୍ବିତ ରାତିରେ ଧରାକୋଟ ଥାନା ବାଦଗଡ଼ ଗ୍ରାମ ରାସ୍ତାରେ ଦୁର୍ବୃତ୍ତମାନେ ଆକ୍ରମଣ କରି ଟଙ୍କା ଲୁଟି ନେଇଥିଲେ। ବି.ବାୟା ପାତ୍ରଙ୍କ ଅଭିଯୋଗକ୍ରମେ ଧରାକୋଟ ଥାନାରେ ନଂ.୮୩/୨୦ରେ ମାମଲା ରୁଜୁ କରାଯାଇଥିଲା। ଜୁନ ୨ରେ ମାଷ୍ଟର ମାଇଣ୍ଡ ଅଟୋ ଚାଳକ ଓ ହେଲ୍‌ପରଙ୍କ ସମେତ ୧୧ଜଣଙ୍କୁ ପୋଲିସ ଗିରଫ କରିବା ସହ୧୨ଲକ୍ଷ ୬୦ହଜାର ଟଙ୍କା ଜବତ କରିଥିବା ଏସ୍‌ପି ବ୍ରିଜେଶ କୁମାର ରଏ ବଡଗଡ ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଥିଲେ। ଧରାକୋଟ ଥାନାଧିକାରୀ ସହଦେବ ମହାପାତ୍ର ଏତଲା ଦେଇଥିବା ବି. ବାୟା ପାତ୍ରଙ୍କୁ ମଙ୍ଗଳବାର ଜବତ ୧୨ ଲକ୍ଷ ୬୦ ହଜାର ଟଙ୍କା ଥାନାରେ ଫେରାଇଛନ୍ତି।
((((ଫଟୋ-ବିଏମ-୯-୫-ଅର୍ଥ ଫେରାଉଛନ୍ତି ଥାନାଧିକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri