ଲୁଣିଘେରି ଭାଙ୍ଗି କ୍ଷେତରେ ପଶିଲା ସମୁଦ୍ର ପାଣି

କେନ୍ଦ୍ରାପଡ଼ା ଅଫିସ, ୨୦ା୫: ସାମୁଦ୍ରିକ ଝଡ ଅମ୍ଫନ୍‌ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଇଛି। ଗତ ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ସାମାନ୍ୟ ବର୍ଷା ପବନ ବୁଧବାର ଉଗ୍ରରୂପ ଧାରଣ କରିଛି। ଘଣ୍ଟାକୁ ୧୦୦ରୁ ୧୨୦ କିଲୋମିଟର ବେଗରେ ପବନ ବହିବା ସହ ତୁହାକୁ ତୁହା ବର୍ଷା ହୋଇଛି। ଫଳରେ ଜିଲାର ହାଇ ଆଲର୍ଟରେ ଥିବା ରାଜନଗର ଓ ମହାକାଳପଡା ବ୍ଲକ ଅଞ୍ଚଳରେ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡିବା ସହ କଚ୍ଚାଘର ଭାଙ୍ଗଛି। ଏଥିସହିତ ରାଜନଗର ଓ ମହାକାଳପଡା ବ୍ଲକ ଅଞ୍ଚଳରେ ଲୁଣି ଘେରି ଭାଙ୍ଗି ସମୁଦ୍ର ପାଣି ନିକଟସ୍ଥ ଗ୍ରାମର କ୍ଷେତରେ ମାଡିଯାଇଛି। ପାଟଶାଳା ନଦୀ ଘେରି ଭାଙ୍ଗି ଈଶ୍ୱରପୁର ପଞ୍ଚାୟତ ପୁରୁଷୋତ୍ତମପୁର ଗ୍ରାମକୁ ପାଣି ପଶିଛି। ଏଠାରେ ଥିବା ଗ୍ରାମବାସୀ ଜଳବନ୍ଦୀରେ ଅଛନ୍ତି। ଖରିନାସୀ ନଦୀ ଉଛୁଳି ନିକଟସ୍ଥ ଗ୍ରାମରେ ପାଣି ପଶିଛି। ତାଳଚୁଆ ଥାନା ମଧ୍ୟକୁ ପାଣି ପଶିଛି। ପବନ ମାଡରେ ଗଛ ଉପୁଡିବା ଫଳରେ ବିଦ୍ୟୁତ୍‌ ସେବା ଓ ଗମନାଗମନ ପଥ ବନ୍ଦ ହୋଇଛି। ରାଜନଗର ବ୍ଲକ ସାତଭାୟା ଗ୍ରାମର କୋଇଲି ବେହେରା (୫୭)ଙ୍କ ଏହି ସମୟରେ ସ୍ବାସ୍ଥ୍ୟଗତ କାରଣରୁ ମୃତ୍ୟୁ ହୋଇଛି। ପବନର ବେଗ କମିବା ପରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌, ଅଗ୍ନିଶମ ବାହିନୀ ପ୍ରମୁଖଙ୍କ ସହ ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ବହୁ ସାମାଜିକ କର୍ମୀ ଯାତାୟାତ ପଥ ପରିଷ୍କାର କରୁଛନ୍ତି। ଅମ୍ଫନ୍‌ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସମୁଦ୍ର ତଟବର୍ତ୍ତୀ ୨୯ ପଞ୍ଚାୟତରୁ ପ୍ରାୟ ୪୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ବେଳେ ଏବେ ଘରକୁ ଫେରିବା ଆରମ୍ଭ କରିଛନ୍ତି। ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ନେଇ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହା ସଫଳ ହୋଇଛି। ସାତଭାୟାର ବୃଦ୍ଧା କୋଇଲିଙ୍କ ସ୍ବାସ୍ଥ୍ୟଗତ କାରଣରୁ ମୃତ୍ୟୁ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ତାଙ୍କ ପରିବାରକୁ ଅନ୍ତ୍ୟେଷ୍ଟି କ୍ରିୟା ପାଇଁ ୧୦ ହଜାର ଟଙ୍କା ସହାୟତା ଦିଆଯାଇଛି। ବାତ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରାଯାଇ ସ୍ବାଭାବିକ ଚଳଣି ପାଇଁ ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri