ଲୁଣ ପାଣିରେ ସ୍ନାନ କଲେ ମିଳିବ ଅନେକ ଫାଇଦା

ଖାଦ୍ୟରେ ଲୁଣ ରହିବା ଜରୁରୀ। ଲୁଣ ବିନା ଖାଦ୍ୟରେ ସ୍ବାଦ ଆସି ନ ଥାଏ। ଜାଣିଛନ୍ତି କେବଳ ଖାଦ୍ୟ ନୁହେଁ ଏହା ଆପଣଙ୍କର ସୌନ୍ଦର୍ଯ୍ୟକୁ ମଧ୍ୟ ବଢ଼ାଇଥାଏ। ଗାଧୋଇବା ବେଳେ ହାଲୁକା ଉଷୁମ ପାଣିରେ ଲୁଣକୁ ମିଶାଇ ଗାଧୋଇବା ଦ୍ୱାରା ଏହା ଆପଣଙ୍କ ଶରୀରର ଅନେକ ସମସ୍ୟା ଦୂର କରିଥାଏ। କାରଣ ଏଥିରେ ମିନେରାଲ୍ସ ଓ ପୋଷକ ତତ୍ତ୍ୱ ମଧ୍ୟ ରହିଛି। ଯାହା ଆପଣଙ୍କ ମୁହଁର ସୌନ୍ଦର୍ଯ୍ୟ ବଢ଼ାଇବାରେ ସାହାଯ୍ୟ କରିଥାଏ।
* ଥଣ୍ଡା ବା ଜ୍ୱର ହେଲେ ଲୋକମାନେ ଔଷଧ ଖାଇ ଏହାକୁ ଭଲ କରିବାକୁ ଚେଷ୍ଟା କରିଥାନ୍ତି। କିନ୍ତୁ ଆପଣ ନିଜର ଜ୍ୱର ବା ଥଣ୍ଡାକୁ ଭଲ କରିବା ପାଇଁ ଲୁଣ ମିଶା ପାଣିକୁ ବ୍ୟବହାର କରିପାରିବେ। ଲୁଣ ମିଶା ଉଷୁମ ପାଣିରେ ଗାଧୋଇବା ଦ୍ୱାରା ସଂକ୍ରମଣ ହେବାର ଆଶଙ୍କା କମ୍‌ ହୋଇଥାଏ ।
* ଲୁଣ ପାଣିରେ ଗାଧୋଇଲେ ଶରୀର ପାଇଁ ନୁହେଁ ବରଂ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବହୁ ଉପଶମ ହୋଇଥାଏ। ଏହା ଦ୍ୱାରା ମୁହଁରୁ ରିଙ୍କଲ୍ସ ଦୂର ହେବା ସହ ମାନସିକ ଅବସାଦକୁ ମଧ୍ୟ ଦୂର ହୋଇଥାଏ।
* ଯଦି ଆପଣଙ୍କ ମାଂସପେଶୀରେ ଯନ୍ତ୍ରଣା ଅନୁଭବ ହେଉଛି, ତେବେ ଲୁଣ ମିଶା ଉଷୁମ ପାଣିରେ ଗାଧୋଇଲେ ଆପଣଙ୍କର ଏହି ସମସ୍ୟାର ଦୂର ହୋଇଯିବ। କାରଣ ଲୁଣ ମିଶା ଉଷୁମ ପାଣିରେ ଗାଧୋଇବା ଦ୍ୱାରା ଶରୀରରେ ଥିବା କ୍ୟାଲସିୟମର ଅଭାବ ଦୂର ହୋଇଥାଏ।
* ଖରାଦିନେ ଶରୀରର ଜଳାପୋଡ଼ା କି କୁଣ୍ଡାଇ ହେଉଥିଲେ କୌଣସି ପ୍ରକାରର କ୍ରିମ ବା ଲୋଶନ ବ୍ୟବହାର କରିବା ପରିବର୍ତ୍ତେ ଲୁଣ ମିଶା ଉଷୁମ ପାଣିରେ ଗାଧାନ୍ତୁ, ଦେଖିବେ ଆପଣଙ୍କ ସମସ୍ୟା ଦୂର ହୋଇଯିବ।
* ଏଥିସହ ଲୁଣ ପାଣି ଶରୀରରେ ଥିବା କ୍ଷତିକାରକ ତତ୍ତ୍ୱ ଓ ବ୍ୟା.େକ୍ଟରିଆକୁ ମଧ୍ୟ ଦୂର କରିଥାଏ। ଫଳରେ ଆପଣଙ୍କ ମୁହଁର ସୌନ୍ଦର୍ଯ୍ୟ ଆହୁରି ଉଜ୍ଜ୍ୱଳମୟ ଦେଖାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri