ଲେଉଟିଲା ଶୀତ, ୫ ଦିନ ଥରାଇବ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ରାଜ୍ୟରେ ପୁଣି ଲେଉଟିଛି ଶୀତ। ଅଦିନିଆ ବର୍ଷା ମାଟି ଭିଜାଇ ଚାଲିଯିବା ପରେ ଶୀତ ମାଡ଼ି ଆସିଛି। ଅସହ୍ୟ ଥଣ୍ଡାରେ ଥରୁଛି ସାରା ଓଡ଼ିଶା। ରବିବାର ୧୩ ସହରରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲାବେଳେ ସୋନପୁର ପୁଣିଥରେ ସବୁଠାରୁ ଥଣ୍ଡା ସହର ପାଲଟିଛି। ସୋନପୁରରେ ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଫୁଲବାଣୀରେ ସର୍ବନିମ୍ନ ତାପାମାତ୍ରା ୫ ଡିଗ୍ରୀ ରହିଥିବାବେଳେ ଅନୁଗୋଳରେ ୬, ଟିଟିଲାଗଡ଼ରେ ୬.୫, ଦାରିଙ୍ଗବାଡ଼ିରେ ୭.୨, ଝାରସୁଗୁଡ଼ାରେ ୮.୪, କେନ୍ଦୁଝରରେ ୮.୮, କୋରାପୁଟରେ, ବଲାଙ୍ଗୀର ଓ ସମ୍ବଲପୁରରେ ୯, ଭବାନୀପାଟଣାରେ ୯.୩, ସୁନ୍ଦରଗଡ଼ରେ ୯.୫ ଓ ବାଲେଶ୍ୱରରେ ୯.୮ ରେକର୍ଡ କରାଯାଇଛି। ତେବେ କଟକରେ ସର୍ବାଧିକ ୧୦.୨ ଡିଗ୍ରୀ ଓ ଭୁବନେଶ୍ୱରରେ ୧୧.୩ ଡିଗ୍ରୀ ତାପମାତ୍ରା ରହିଥିଲା। ଆସନ୍ତା ୫ଦିନ ପର୍ଯ୍ୟନ୍ତ ଏହିଭଳି ଶୀତ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦୁଇଦିନ ପର୍ଯ୍ୟନ୍ତ ରାତି ସମୟରେ ସର୍ବନିମ୍ନ ତାପମାତ୍ରାରେ ସେଭଳି କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ। ଆସନ୍ତା ୨ରୁ ୩ଦିନ ପର୍ଯ୍ୟନ୍ତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡ଼ି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପଟେ ସୋମବାର ବିଭିନ୍ନ ଜିଲାକୁ ଶୀତର ପ୍ରକୋପ ଅଧିକ ରହିବ। ତେଣୁ ଅନୁଗୋଳ, ନୟାଗଡ଼, କନ୍ଧମାଳ, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଘନ କୁହୁଡ଼ି, ତୁଷାରପାତ: ଜନଜୀବନ ପ୍ରଭାବିତ
ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ତୁଷାରପାତ ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ି ସମେତ ଗ୍ରୀନ୍‌ବାଡ଼ି, ସିମନବାଡ଼ି, ପର୍ତ୍ତମାହା ଓ କିଲାବାଡ଼ି ସମେତ ଅନେକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ତୁଷାରପାତ ହୋଇଛି। ସେହିପରି ସୁନ୍ଦରଗଡ଼ ଜିଲାର ବଣାଇ ଅଞ୍ଚଳରେ ମଧ୍ୟ ତୁଷାରପାତ ହୋଇଥିଲା। ବିଭିନ୍ନ ସହରରେ ତାପମାତ୍ରା କମ୍‌ ସାଙ୍ଗକୁ ଘନ କୁହୁଡ଼ିର ମାତ୍ରା ଏତେ ଅଧିକ ରହିଥିଲା ଯେ, ଦୀର୍ଘ ସମୟ ପର୍ଯ୍ୟନ୍ତ ରାସ୍ତାଘାଟ ଶୂନ୍‌ଶାନ୍‌ ହୋଇଯାଇଥିଲା। ସକାଳ ୧୦ଟା ପର୍ଯ୍ୟନ୍ତ ଲୋକେ ବାହାରକୁ ଆସିବା ପାଇଁ ଡରିଥିଲେ। କୁହୁଡ଼ି ଯୋଗୁ ୧୦ ମିଟର ପର୍ଯ୍ୟନ୍ତ କିଛି ଦେଖାଯାଉ ନ ଥିଲା। ଏଥିଯୋଗୁ ସାଧାରଣ ଜୀବନ ଯାତ୍ରା ବ୍ୟାହତ ହୋଇଥିବାବେଳେ ଲୋକଙ୍କ ଜୀବିକା ପ୍ରଭାବିତ ହୋଇଥିଲା। ଏସବୁ ଅଞ୍ଚଳର ବହୁ ଲୋକେ କାମଧନ୍ଦା କରିପାରି ନ ଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri