ଲୋଇସିଂହାରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି ଲୋକେ: ବ୍ୟାଙ୍କରେ ପାସ୍‌ବୁକ୍‌ ପ୍ରିଣ୍ଟ ବେଳେ ଧମ୍ବା ଧାଡ଼ି, ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ଲୋଇସିଂହା,୧୦।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହାସ୍ଥିତ ଏସ୍‌ବିଆଇ ବ୍ୟାଙ୍କ ପାସ୍‌ବୁକ ପ୍ରିଣ୍ଟର ମେଶିନ ଆଗରେ ଶୁକ୍ରବାର ପ୍ରିଣ୍ଟ ପାଇଁ ଉପଭୋକ୍ତାଙ୍କ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି। ଏଠାରେ ସାମାଜିକ ଦୂରତା ରକ୍ଷା କରାଯାଉ ନ ଥିବାରୁ କରୋନା ଭୁତାଣୁ ସଂକ୍ରମଣ ଭୟ ରହିଛି।

ସୂଚନାନୁଯାୟୀ, ମହାମାରୀ କରୋନା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଲାଗୁ କରଯାଇଛି। ଶ୍ରମିକଠାରୁ ବ୍ୟବସାୟୀ ଙ୍କ ରୋଜଗାର ଠପ୍‌ ହୋଇପଡିଛି । ଏଭଳିପରିସ୍ଥିତିରେ କେନ୍ଦ୍ର ସରକାର ପ୍ରତ୍ୟେକ ମହିଳାଙ୍କ ଜନଧନ ଖାତାକୁ ୫ଶହ ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ଉକ୍ତ ଟଙ୍କା ଉଠାଇବା ପାଇଁ ମହିଳା ଓ ତାଙ୍କ ପରିବାର ଲୋକେ ବ୍ୟାଙ୍କରେ ଭିଡ଼ ଜମାଇଛନ୍ତି। ବ୍ୟାଙ୍କ ବାହାରେ ଏଟିଏମ୍‌ କାଉଣ୍ଟର ନିକଟରେ ଏହି ମେଶିନ ସ୍ଥାପନ କରାଯାଇଛି। ତେବେ ପାସ୍‌ବୁକରେ ଟଙ୍କା ଅଛି କି ନାହିଁ, ଜାଣିବା ପାଇଁ ଲୋକେ ନାହିଁ ନ ଥିବା ଭିଡ଼ ଜମାଇଛନ୍ତି। ଏଠାରେ ତଦାରଖ ପାଇଁ ମଧ୍ୟ କେହି ନଥିବାରୁ ସାଧାରଣରେ ଭୟର ବାତାବରଣ ଖେଳିଯାଇଛି। ଏ ଦିଗରେ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri