ଲୋଇସିଂହା ଛକରେ ଓହ୍ଲାଇ ଗାଇସିଲଟର ୨୧ ପ୍ରବାସୀ ହଟହଟା

ଲୋଇସିଂହା,୧୫।୫(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଛକରେ ବରଗଡ଼ ଜିଲା ଗାଇସିଲଟ ବ୍ଲକର ୨୧ ଜଣ ପ୍ରବାସୀଙ୍କୁ ଗୋଟିଏ ବସ ଶୁକ୍ରବାର ସାରେ ଛାଡ଼ି ବରଗଡ଼ ଅଭିମୁଖେ ଚାଲିଯାଇଥିଲା। ଗାଇସିଲଟ ବ୍ଲକ ପ୍ରଶାସନ ଏମାନଙ୍କୁ ନେବା ପାଇଁ ଆଗୁଆ ଗାଡ଼ି ବ୍ୟବସ୍ଥା କରି ନ ଥିବାରୁ ଲୋଇସିଂହାରେ ଓହ୍ଲାଇ ଦାଦନ ଶ୍ରମିକମାନେ ହଟହଟା ହୋଇଛନ୍ତି। ଏମାନଙ୍କୁ ଦେଖି ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡିଥିଲେ। ପରେ ଗାଇସିଲଟରୁ ଗାଡି ଆସିବା ପର୍ଯ୍ୟନ୍ତ ସେମାନେ ଲୋଇସିଂହା ବ୍ଲକ ପରିସରରେ ଆଶ୍ରୟ ନେଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ତାମିଲନାଡୁ ତ୍ରିପୁରରେ କାମ କରୁଥିବା କେତେକ ଦାଦନ ଶୁକ୍ରବାର ବଲାଙ୍ଗୀର ଫେରିଥିଲେ। ସାରେ ସେମାନଙ୍କୁ ଧରି ଗୋଟିଏ ବସ୍‌ ବରଗଡ଼ ଅଭିମୁଖେ ବାହାରିଥିଲା। ଏଥିରେ ଲୋଇସିଂହା ବ୍ଲକ ସୀମାନ୍ତ ଗାଇସିଲାଟ ବ୍ଳକର ୨୧ଜଣ ରହିଥିଲେ। ସେମାନେ ଲୋଇସିଂହା ବ୍ଲକ ଛକରେ ଓହ୍ଲାଇ ଥିଲେ। ସ୍ଥାନୀୟ ବ୍ଲକ ତଥା ପୋଲିସ ପ୍ରଶାସନ ଏ ଦିଗରେ କୋଣସି ସୂଚନା ଦେଇ ନ ଥିଲେ । ବାହାର ଫେରନ୍ତା ଦାଦନଙ୍କୁ ଦେଖି ସ୍ଥାନୀୟ ଲୋକେ ଭୟଭିତ ହୋଇପଡିଥିଲେ। ଦାଦନ ଫେରନ୍ତା ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକଙ୍କୁ ଜଣାଇବା ପରେ ବ୍ଲକ ପରିସରକୁ ଯାଇ ସେଠାକାର ପ୍ରଶାସନ ଗାଡି ବ୍ୟବସ୍ଥା କରିବା ପର୍ଯ୍ୟନ୍ତ ବ୍ଲକ ପରିସରରେ ଅପେକ୍ଷା କରିବାକୁ ପରାମର୍ଶ ଦେଇଥିବା ଜଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri