Posted inଖେଳ

ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେଲେ ସଚିନ

ନୂଆଦିଲ୍ଲୀ,୨୫।୩- ମାରାତ୍ମକ କରୋନା ଭାଇରସ କବଳରୁ ବଞ୍ଚତ୍ବା ପାଇଁ କୌଣସି ନିର୍ଦ୍ଧିଷ୍ଟ ଉପାୟ କିମ୍ବା ଔଷଧ ନାହିଁ। ଏଭଳି ପରିସ୍ଥିତିରେ ଦେଶ ବାସୀଙ୍କୁ ଘରେ ରହିବାକୁ ପରାମର୍ଶ ଦେଇଛନ୍ତି ସଚିନ ତେନ୍ଦୁଲକର। ସରଳ କାର୍ଯ୍ୟ କରିବା ସର୍ବଦା ସହଜ ନୁହେଁ। କାରଣ ଏଥି ନେଇ କ୍ରମାଗତ ଶୃଙ୍ଖଳା ଓ ଦୃଢ଼ ଇଚ୍ଛାଶକ୍ତି ଦରକାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନ ପାଇଁ ଘରୁ ନ ବାହାରିବା ଲାଗି କହିଛନ୍ତି। ଏହି ଛୋଟିଆ କାର୍ଯ୍ୟ ନିୟୁତ ଲୋକଙ୍କ ଜୀବନ ବଞ୍ଚାଇ ପାରେ। କୋଭିଡ୍‌-୧୯ ବିପକ୍ଷରେ ଆମେ ଏକତ୍ରିତ ହୋଇ ଲଢ଼ିବା ବୋଲି ତେନ୍ଦୁଲକର ଟୁଇଟରରେ ଲେଖିଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ୨୧ ଦିନ ଯାଇ ପୂରା ଦେଶ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ବର୍ତ୍ତମାନ ପରିସ୍ଥିତିକୁ ଦେଖି ଯଦି ଆମେ ୨୧ ଦିନ ପାଇଁ ଘରେ ନ ରହିବା, ୨୧ ବର୍ଷ ପଛକୁ ଚାଲିଯିବା ବୋଲି କହିଥିଲେ। ପ୍ରଧାନମନ୍ତ୍ରୀଙ୍କ ଅପିଲ ପରେ ବହୁ ପୂର୍ବତନ ଓ ବର୍ତ୍ତମାନ କ୍ରିକେଟରମାନେ ତାଙ୍କ ପ୍ରଶଂସକଙ୍କୁ ୨୧ ଦିନ ଧରି ଘରେ ରହିବା ଲାଗି କହିଛନ୍ତି। ପୂରା ଦେଶକୁ ସୁରକ୍ଷିତ ରଖିବା ଲାଗି ଆମକୁ କାର୍ଯ୍ୟ କରିବାକୁ ପଡ଼ିବ। ଏହା ଆମ କର୍ତ୍ତବ୍ୟ। ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତ। ଆଉ ପରିବାର ଓ ବନ୍ଧୁଗଣଙ୍କ ସ୍ବାସ୍ଥ୍ୟ ଓ ଭବିଷ୍ୟତକୁ ସୁରକ୍ଷିତ ରଖନ୍ତୁ ବୋଲି ଭାରତୀୟ ପେସର ଯଶପ୍ରୀତ ବୁମରା ଟୁଇଟ୍‌ କରିଛନ୍ତି। ତାଙ୍କ ଭଳି ବୀରେନ୍ଦ୍ର ସେହ୍ବାଗ, ଭିଭିଏସ୍‌ ଲକ୍ଷ୍ମଣଙ୍କ ଭଳି ପୂର୍ବତନ ଖେଳାଳି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri