ଲୋକଙ୍କୁ ମାସ୍କ, ସାନିଟାଇଜର ବାଣ୍ଟିଲା ଏମ୍‌ସିଏଲ୍‌

ସମ୍ବଲପୁର, ୧୭।୪ (ବ୍ୟୁରୋ)- ମହାନଦୀ କୋଇଲା କମ୍ପାନୀ (ଏମସିଏଲ) ତାଳଚେର ଜଗନ୍ନାଥ କ୍ଷେତ୍ର ପକ୍ଷରୁ ପଦ୍ମାବତୀପୁର ଗ୍ରାମବାସୀଙ୍କୁ ମାସ୍କ ଓ ସାନିଟାଇଜର ବଣ୍ଟନ କରାଯାଇଛି । କୋଭିଡ- ୧୯ ସଂକ୍ରମଣକୁ ପ୍ରତିରୋଧ କରିବା ଲାଗି କମ୍ପାନୀ ପକ୍ଷରୁ ବିବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ତାଳଚେର ଉପଜିଲାପାଳ ରଜନୀକାନ୍ତ ସ୍ବାଇଁଙ୍କ ଉପସ୍ଥିତିରେ ଜଗନ୍ନାଥ କ୍ଷେତ୍ର ମହାପ୍ରବନ୍ଧକ ଏମ୍‌.ଜି. ବ୍ରହ୍ମପୁରକାର ପଦ୍ମାବତୀପୁର ଓ ଡେରା ଗ୍ରାମବାସୀଙ୍କୁ ୪ ହଜାର ମାସ୍କ ଓ ୪ଶହ ସାନିଟାଇଜର ପ୍ରଦାନ କରିଥିଲେ । ଜଗନ୍ନାଥ କ୍ଷେତ୍ର ଅନ୍ତର୍ଭୁକ୍ତ ଘଣ୍ଟପଡା, ଗୁରୁଜଙ୍ଗ ଓ କନ୍ଧାଲ ଗ୍ରାମବାସୀଙ୍କୁ ମଧ୍ୟ ଜଗନ୍ନାଥ କ୍ଷେତ୍ର ମେଡିକାଲ ଅଧିକାରୀ ଡା. ମନୋଜ ରାଏ ୪ହଜାର ୫ଶହ ମାସ୍କ ଓ ୪୨୦ ସାନିଟାଇଜର ବଣ୍ଟନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri