ଲୋକଙ୍କ ଆଶା ପୂରଣ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଗଣତନ୍ତ୍ରରେ ଲୋକମାନେ ପ୍ରକୃତ ମାଲିକ। ସେମାନେ ଭୋଟ ଦେଇ ଜନପ୍ରତିନିଧି ବାଛିଥାନ୍ତି। ତେଣୁ ସେମାନଙ୍କ ଆଶା ପୂରଣ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଲୋକ ସେବା ଭବନରେ ବୁଧବାର ଆୟୋଜିତ ‘ମୋ ସରକାର’ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଏହି କଥା କହିଛନ୍ତି। ସ୍କୁଲ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶକ୍ତି, ଗ୍ରାମ୍ୟ ଉନ୍ନୟନ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ପ୍ରଭୃତି ବିଭାଗ ‘ମୋ ସରକାର’ କାର୍ଯ୍ୟକ୍ରମର ଅନ୍ତର୍ଭୁକ୍ତ ହୋଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରୀ କର୍ମଚାରୀ, ନିର୍ବାଚିତ ପ୍ରତିନିଧି ସାଧାରଣ ଜନତାଙ୍କ ସ୍ବାର୍ଥକୁ ସର୍ବାଧିକ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ଏହା ହିଁ ପ୍ରତି ସରକାରଙ୍କ ପ୍ରାଥମିକତା। ‘ମୋ ସରକାର’ କାର୍ଯ୍ୟକ୍ରମକୁ ସଫଳତାର ସହ ପରିଚାଳନା କରିବା ପାଇଁ ବିଭାଗଗୁଡ଼ିକ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିବା ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ। ବିଭିନ୍ନ ପର୍ଯ୍ୟାୟରେ ୨୭ଟି ଗୁରୁତ୍ୱପୂର୍ଣ୍ଣ ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ ହୋଇ ସାରିଲାଣି। ମୋ ସରକାର କାର୍ଯ୍ୟକ୍ରମରେ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ କରିବା ସବୁଠୁ ଗୁରୁତ୍ୱପୂର୍ଣ୍ଣ, ଏଥିପାଇଁ ସମସ୍ତ ପଦକ୍ଷେପ ସବୁ ସମୟରେ ପ୍ରସ୍ତୁତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ପରିଚାଳନା କରୁଥିବା କର୍ମଚାରୀ ଉପଯୁକ୍ତ ପ୍ରଶିକ୍ଷଣ ନେବା ଆବଶ୍ୟକ, ସେହିପରି ଏହି କାର୍ଯ୍ୟକ୍ରମର ମୂଳଲକ୍ଷ୍ୟ ହାସଲ ସମ୍ପର୍କରେ ମଧ୍ୟ ସଚେତନ ହେବା ନିହାତି ଜରୁରୀ ବୋଲି କୁହାଯାଇଛି। ସେହିଭଳି ଭାରତବର୍ଷର ସମ୍ବିଧାନ ‘ଆମେ ନାଗରିକ’ ବାକ୍ୟରୁ ଆରମ୍ଭ ହୋଇଛି। ମହାନ ଦେଶର ମହାନ ଜନତା ହିଁ ସମ୍ବିଧାନ ଦେଇଛନ୍ତି। ତେଣୁ ସରକାର ଜନତାଙ୍କ ପ୍ରତିନିଧିତ୍ୱକୁ ଦର୍ଶାଉଛି, ଶାସକକୁ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହାର ସୁପରିଚାଳନାକୁ ଆହୁରି ସୁସଙ୍ଗଠିତ କରିବା ପାଇଁ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ତୃଣମୂଳ ଅଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିଥିଲେ। ସେ ଯାଜପୁର, ବାଲେଶ୍ୱର, ଅନୁଗୋଳ, ବରଗଡ, କଳାହାଣ୍ଡି, ରାୟଗଡା ଜିଲାର ବିଭିନ୍ନ କ୍ଷେତ୍ରୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ୫-ଟି ସଚିବ ସରକାରୀ କର୍ମଚାରୀଙ୍କୁ ଉତ୍ତମ ବ୍ୟବହାର ଏବଂ ସ୍ବଚ୍ଛ ପ୍ରକ୍ରିୟାକୁ ସର୍ବାଧିକ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଅରୁଣ ସାହୁ, ସମୀର ରଞ୍ଜନ ଦାଶ, ଦିବ୍ୟଶଙ୍କର ମିଶ୍ର, ସୁଶାନ୍ତ ସିଂ, ଅଶୋକ ପଣ୍ଡା, ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ ସହ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri