ଲୋକଙ୍କ ଘର ମୁହଁରୁ ସଂଗ୍ରହ ହେବ ବନଜାତ ଦ୍ରବ୍ୟ

ନୂଆପଡା ଅଫିସ,୧୩ା୫: ମହାମାରୀ କରୋନା ପରିସ୍ଥିତିର ମୁକାବିଲା ପାଇଁ ସମଗ୍ର ଦେଶ ଲକ୍‌ ଡାଉନ୍‌ ରହିଛି। ଏହାଦ୍ୱାରା ଜନଜୀବନ ପ୍ରଭାବିତ ହୋଇଛି। ବଣଜଙ୍ଗଲରେ ବସବାସ କରୁଥିବା ଗରିବ ପରିବାର ବନଜାତ ଦ୍ରବ୍ୟ ସଂଗ୍ରହ କରୁଥିଲେ ବି ବିକି ପାରୁ ନାହାନ୍ତି। ଏଣୁ ଏମାନଙ୍କ ପରିବାର ଚଳିବାରେ ଅସୁବିଧା ହେଉଛି। ପିଲାଛୁଆଙ୍କୁ ଭୋକ ଉପାସରେ ଦିନ କାଟିବାକୁ ପଡୁଛି। ନୂଆପଡ଼ା ଜିଲା ପ୍ରଶାସନ ଏହା ହୃଦୟଙ୍ଗମ କରି ପାରିଛି। ଏହି ଦୁର୍ଦ୍ଦିନରେ ବନଜାତ ଦ୍ରବ୍ୟ ସଂଗ୍ରହକାରୀ ବଣମୁଲକର ଲୋକଙ୍କ ଜୀବନ ଜୀବିକାରେ ସହାୟକ ହେବାକୁ ଜିଲା ପ୍ରଶାସନ ହାତ ବଢାଇଛି। ଏମାନଙ୍କ ମୁହଁରେ ଦାନା ଯୋଗାଇବାକୁ ପ୍ରୟାସ ମଧ୍ୟ ଆରମ୍ଭ କରିଛି। ସେମାନଙ୍କ ଘର ମୁହଁକୁ ଯାଇ ବନଜାତ ଦ୍ରବ୍ୟ କିଣିବାକୁ ସ୍ବତନ୍ତ୍ର ବ୍ୟବସ୍ଥା ଆରମ୍ଭ କରିଛି। ଏଥିପାଇଁ ବୁଧବାର ଜିଲାପାଳ ମଧୁସ୍ମିତା ସାହୁ ପତାକା ଦେଖାଇ ୨ଟି ରଥର ଶୁଭାରମ୍ଭ କରିଛନ୍ତି। ଜିଲାପାଳଙ୍କ ସହ ଅଞ୍ଜନ କୁମାର ପଣ୍ଡା, ଜିଲା ମଙ୍ଗଳ ଅଧିକାରୀ ସନ୍ଧ୍ୟା ମାଝି ପ୍ରମୁଖ ଉପସ୍ଥିତ ଥିଲେ। ଏହି ରଥ ଜିଲାର ବିଭିନ୍ନ ଅଞ୍ଚଳ ବୁଲି ଲୋକଙ୍କଠାରୁ ବନଜାତ ଦ୍ରବ୍ୟ ସଂଗ୍ରହ କରିବ। ଏଥିରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟା ସହଯୋଗ କରିବେ। ଲୋକେ ଯେଭଳି କୌଣସି ଦ୍ୱନ୍ଦ୍ୱରେ ନ ପଡ଼ିବେ ସେଥିପାଇଁ ମୋଟ ୪୯ଟି ବନଜାତ ଦ୍ରବ୍ୟର ମୂଲ୍ୟ ତାଲିକା ଏହି ରଥରେ ଝୁଲା ଯାଇଛି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri