ଲୋକଙ୍କ ସମସ୍ୟା ବୁଝିଲେ ଗୃହ ବିଭାଗ ପ୍ରମୁଖ ସଚିବ

ଜି.ଉଦୟଗିରି,୧୧ା୧୨(ଡି.ଏନ.ଏ.)-ଗୃହ ବିଭାଗର ପ୍ରମୁଖ ସଚିବ ତଥା କନ୍ଧମାଳ ଜିଲା ନୋଡାଲ ଅଫିସର ସଞ୍ଜୀବ ଚୋପ୍ରା ମଙ୍ଗଳବାର ଜି.ଉଦୟଗିରି ବ୍ଲକର ବିଭିନ୍ନ ଗ୍ରାମ ଗସ୍ତକରି ଲୋକଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଅପରାହ୍ନରେ ପ୍ରଥମେ ଜି.ଉଦୟଗିରି ବ୍ଲକ ଜବେଡି ଗ୍ରାମ ପରିଦର୍ଶନ କରି ଲୋକଙ୍କ ସହିତ ଆଲୋଚନା କରିଥିଲେ। ଗ୍ରାମବାସୀ ଅନେକ ସମସ୍ୟା ସହିତ ରାସ୍ତାଘାଟ ମରାମତି କରିବା ପାଇଁ ସଚିବଙ୍କୁ କହିଥିଲେ। ଏହାପରେ ସଚିବ ଜି.ଉଦୟଗିରି ଆହାର କେନ୍ଦ୍ର ପରିଦର୍ଶନ ସହ ଭୋଜନ କରି ଖାଦ୍ୟର ମାନ ଯାଞ୍ଚ କରିଥିଲେ। ସଚିବଙ୍କ ସହିତ କନ୍ଧମାଳ ଜିଲାପାଳ ବୃନ୍ଦା ଡି.ମଧ୍ୟ ଆହାର କେନ୍ଦ୍ରରେ ଭୋଜନ କରିଥିଲେ। ସେଠାରେ ଦିନ ଗୋଟାଏ ସୁଦ୍ଧା ୩୦୦ ପ୍ଲେଟ ଖାଦ୍ୟ ସରିଯାଇଛି। ତେଣୁ ଆହାର କେନ୍ଦ୍ରର ପ୍ଲେଟ ସଂଖ୍ୟା ୫୦୦କୁ ବୃଦ୍ଧି କରିବାକୁ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଜି.ଉଦୟଗିରି ହସ୍ପିଟାଲରେ ଦୀର୍ଘବର୍ଷ ହେବ ବିଭିନ୍ନ ବିଭାଗ ବିଶେଷଜ୍ଞ ପଦବୀ ଖାଲି ପଡ଼ିଛି। ସେସବୁ ପୂରଣ କରିବାକୁ ଜନସାଧାରଣ କହିଥିଲେ। ଗୃହ ସଚିବ ଆହାର କେନ୍ଦ୍ରର ପ୍ଲେଟ ସଂଖ୍ୟା ୩୦୦ରୁ ୫୦୦କୁ ବୃଦ୍ଧି କରିବାକୁ ସହମତି ପ୍ରକାଶ କରିଥିଲେ। ଡ଼ାକ୍ତର ପଦବୀ ଓ ଅନ୍ୟାନ୍ୟ ସମସ୍ୟାଗୁଡ଼ିକ ଜିଲାପାଳଙ୍କ ସହିତ ଆଲୋଚନା କରି ପଦକ୍ଷେପ ନେବେ ବୋଲି କହିଥିଲେ। ଏହା ପରେ ଜି.ଉଦୟଗିରି ବ୍ଲକକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ସେଠାରୁ ବାଡ଼ାନାଯୁ ଗ୍ରାମକୁ ଯାଇ ଲୋକଙ୍କ ସହିତ ଆଲୋଚନା କରିଥିଲେ। ଗ୍ରାମବାସୀ ପାନୀୟ ଜଳ ସମସ୍ୟା ଓ ଜଳସେଚନ ନିମନ୍ତେ ଥିବା କେନାଲକୁ ମରାମତି କରିବା ପାଇଁ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ କଳିଙ୍ଗା ଆଶ୍ରମ ବିଦ୍ୟାଳୟ ଛାତ୍ରୀ ନିବାସ ପରିଦର୍ଶନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ୱନାଥ ବାରିକ, ଜି.ଉଦୟଗିରି ବିଡିଓ ଶାନ୍ତନୁ କୁମାର ନାୟକ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ମହାପାତ୍ର, ଆଇଆଇସି ଧୀରଜ କୁମାର ଲେଙ୍କା, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ବାଇଧର ଗୌଡ଼ଙ୍କ ସମେତ ବିଭିନ୍ନ ବିଭାଗର ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?