ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଟକ ଅଫିସ,୧୨ା୮: ଗୋପଦ ଅଭିଯାନରେ ରବିବାର ସକାଳୁ ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍‌ସି) କମିଶନର ଅନନ୍ୟା ଦାସଙ୍କ ସମେତ ସିଡିଏମଓ କଟକ ସହରର ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ। ସହରର କନିକା ଛକଠାରୁ ବାହାରି ସିଦ୍ଧେଶ୍ୱର ସାହି, ୧୦ନଂ. ୱାର୍ଡ ଓ ଷ୍ଟିୱାର୍ଟପାଟଣା ଅଞ୍ଚଳ ପରିଦର୍ଶନ କରି ସ୍ଥାନୀୟ ଲୋକଙ୍କଠାରୁ ଡ୍ରେନେଜ, ପରିମଳ, ରାସ୍ତା ଓ ପାଣି ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ସହରରେ ଦୀର୍ଘଦିନ ହେବ ଏହିସବୁ ସମସ୍ୟା ଲାଗିରହିଛି। ଏହାର ସମାଧାନ କିପରି ହୋଇପାରିବ ସେ ନେଇ ଜିଲାପାଳ ପ୍ରତିଦିନ ଗୋପଦ ଅଭିଯାନରେ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରୁଛନ୍ତି। ରବିବାର ଜିଲାପାଳ ଏହିସବୁ ଅଞ୍ଚଳ ପରିଦର୍ଶନ କରିବା ପରେ ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସିଏମ୍‌ସିକୁ ଜଣାଇଥିଲେ। ସେହିପରି ଅନାଧିକାର ଜମିକୁ ମୁକ୍ତ କରିବା, ଡ୍ରେନକୁ ଜବରଦଖଲ ମୁକ୍ତ କରିବା ଓ ସଫାସୁତୁରା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲାପାଳ କହିଥିଲେ। ଏଥିସହ ସିଦ୍ଧେଶ୍ୱର ସାହି ବାସିନ୍ଦା ଏବଂ ବୁଦ୍ଧିଜୀବୀଙ୍କ ସହିତ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ସେଠାକାର ଆଲୋକ, ଆବଶ୍ୟକ ଭେଣ୍ଡିଂଜୋନର ବ୍ୟବସ୍ଥା କରାଯିବା ଉପରେ ଅବଗତ ହେବା ସହ ସାହିରେ ଥିବା ମଧୁସୂଦନ ଦାସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ସ୍ବଚ୍ଛତା ଓ ପରିମଳ ବ୍ୟବସ୍ଥା ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri