ଲୋକଙ୍କ ସମସ୍ୟା ସମାଧାନ କର: ବିଧାୟକ

ବଇଣ୍ଡା,୩୧।୫(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଗୁରୁବାର ବିଧାନସଭାରେ ନୂତନ ଭାବେ ଶପଥ ନେବା ପରେ ନିଜ ନିର୍ବାଚନ ମଣ୍ଡଳୀକୁ ଆସି କାର୍ଯ୍ୟ ଆରମ୍ଭ କରିଛନ୍ତି। ଅପରାହ୍ନରେ କିଶୋରନଗର ବ୍ଲକ ବଇଣ୍ଡା ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ କର୍ମୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। କର୍ମୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିବା ପରେ ବୈଠକରେ ବିଧାୟକ ସାଏ ଯୋଗଦେଇ କହିଲେ, ନବୀନ ସରକାର ଓଡ଼ିଶାରେ ୫ମ ଥର ସରକାର କରି ଇତିହାସ ସୃଷ୍ଟି କରିଛନ୍ତି। ତେଣୁ କିଭଳି ଗ୍ରାମାଞ୍ଚଳର ବିକାଶ ହେବ ସେଥିପ୍ରତି ଅଧିକ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଣୁ ସମସ୍ତ ବିଜେଡି କର୍ମୀମାନେ ଏକଜୁଟ୍‌ ହୋଇ କାମ କରିବା ସହ ଲୋକଙ୍କ ସମସ୍ୟା ଉପରେ ଅଧିକ ଗୁରୁତ୍ୱ ଦେଇ ସମାଧାନ କରିବାକୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନ, ଉପାଧ୍ୟକ୍ଷ ସୁନୀଲ କୁମାର ପ୍ରଧାନ, ନୁନୁକାପଶି ସରପଞ୍ଚ ଜଳଧର ସାହୁ, ଗାଁ ବଇଣ୍ଡା ସରପଞ୍ଚ ମାନସ ସାହୁ, ପୂର୍ବତନ ସରପଞ୍ଚ ଆନୁକୁଲ୍ୟ ବେହେରା, ରଞ୍ଜନ ପ୍ରଧାନ, କୁମୁଦଚନ୍ଦ୍ର ପ୍ରଧାନଙ୍କ ସମେତ ବହୁ କର୍ମଚାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri