ଲୋକଙ୍କ ସମସ୍ୟା ସମାଧାନ କର: ବିଧାୟକ

ବଇଣ୍ଡା,୩୧।୫(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଗୁରୁବାର ବିଧାନସଭାରେ ନୂତନ ଭାବେ ଶପଥ ନେବା ପରେ ନିଜ ନିର୍ବାଚନ ମଣ୍ଡଳୀକୁ ଆସି କାର୍ଯ୍ୟ ଆରମ୍ଭ କରିଛନ୍ତି। ଅପରାହ୍ନରେ କିଶୋରନଗର ବ୍ଲକ ବଇଣ୍ଡା ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ କର୍ମୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। କର୍ମୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିବା ପରେ ବୈଠକରେ ବିଧାୟକ ସାଏ ଯୋଗଦେଇ କହିଲେ, ନବୀନ ସରକାର ଓଡ଼ିଶାରେ ୫ମ ଥର ସରକାର କରି ଇତିହାସ ସୃଷ୍ଟି କରିଛନ୍ତି। ତେଣୁ କିଭଳି ଗ୍ରାମାଞ୍ଚଳର ବିକାଶ ହେବ ସେଥିପ୍ରତି ଅଧିକ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଣୁ ସମସ୍ତ ବିଜେଡି କର୍ମୀମାନେ ଏକଜୁଟ୍‌ ହୋଇ କାମ କରିବା ସହ ଲୋକଙ୍କ ସମସ୍ୟା ଉପରେ ଅଧିକ ଗୁରୁତ୍ୱ ଦେଇ ସମାଧାନ କରିବାକୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନ, ଉପାଧ୍ୟକ୍ଷ ସୁନୀଲ କୁମାର ପ୍ରଧାନ, ନୁନୁକାପଶି ସରପଞ୍ଚ ଜଳଧର ସାହୁ, ଗାଁ ବଇଣ୍ଡା ସରପଞ୍ଚ ମାନସ ସାହୁ, ପୂର୍ବତନ ସରପଞ୍ଚ ଆନୁକୁଲ୍ୟ ବେହେରା, ରଞ୍ଜନ ପ୍ରଧାନ, କୁମୁଦଚନ୍ଦ୍ର ପ୍ରଧାନଙ୍କ ସମେତ ବହୁ କର୍ମଚାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri