Posted inଜାତୀୟ

ଲୋକସଭାରେ ପ୍ରସଙ୍ଗ ଉପସ୍ଥାପନ ପାଇଁ କଂଗ୍ରେସ ନେତାଙ୍କ ସହାୟତା ନେଉଥିଲେ ସୁମିତ୍ରା ମହାଜନ

ନୂଆଦିଲ୍ଲୀ,୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ନେଇ ଶିଳ୍ପପତି ରାହୁଳ ବଜାଜ୍‌ଙ୍କର ଟିପ୍ପଣୀ ପରେ ଏବେ ପୂର୍ବତନ ଲୋକସଭା ବାଚସ୍ପତି ସୁମିତ୍ରା ମହାଜନଙ୍କ ମନ୍ତବ୍ୟ ନେଇ ରାଜନୈତିକସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ସୋସିଆଲ ମିଡ଼ିଆରେ ଏହା ଏବେ ଭାଇରାଲ ହେବାରେ ଲାଗିଛି। ସୁମିତ୍ରା କହିଛନ୍ତି ଯେ, ଲୋକସଭାରେ କୌଣସି ପ୍ରସଙ୍ଗ ଉପସ୍ଥାପନ ପାଇଁ ସେ କେତେକ କଂଗ୍ରେସ ନେତାଙ୍କ ସହାୟତା ନେଉଥିଲେ। ମଧ୍ୟପ୍ରଦେଶରେ ସେତେବେଳେ ଶିବରାଜ ସିଂ ଚୌହ୍ବାନଙ୍କର ଭାଜପା ସରକାର ଥିଲା। ତେବେ ରାଜ୍ୟର କିଛି ସମସ୍ୟା ଲୋକସଭାରେ ଉପସ୍ଥାପନ କରିବା ଲାଗି ସେ କଂଗ୍ରେସ ନେତା ଜିତୁ ପଟଓ୍ବାରୀ ଏବଂ ତୁଳସୀ ସିଲାଓ୍ବଟ୍‌ଙ୍କୁ ଅନୁରୋଧ କରୁଥିଲେ। ରାଜ୍ୟରେ ନିଜ ଦଳ ଭାଜପା ଶାସନ କରୁଥିବାରୁ ସୁମିତ୍ରା ଚୁପ୍‌ ରହିବାକୁ ବାଧ୍ୟ ହେଉଥିଲେ ବୋଲି କହିଛନ୍ତି। ଗତ ରବିବାର ମଧ୍ୟପ୍ରଦେଶ ଶିକ୍ଷାମନ୍ତ୍ରୀ ଜିତୁ ପଟଓ୍ବାରୀ ନିଜ ଘରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଥିଲେ। ଏଥିରେ ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲାଜୀ ଟଣ୍ଡନ, ସୁମିତ୍ରା ଏବଂ ତୁଳସୀ ଉପସ୍ଥିତ ଥିଲେ। କଥାଛଳରେ ସୁମିତ୍ରା ଏଭଳି ମନ୍ତବ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?