ଲୋକସେବା ଭବନରେ ଦିବ୍ୟାଙ୍ଗ ଓ ବରିଷ୍ଠଙ୍କ ପାଇଁ ସ୍ବତନ୍ତ୍ର ଯାନ ଲୋକାର୍ପିତ

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ଲୋକସେବା ଭବନକୁ ପ୍ରତିଦିନ କାର୍ଯ୍ୟୋପଲକ୍ଷେ ବିଭିନ୍ନ ସ୍ଥାନରୁ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ସୁଗମ ଯାତାୟାତ ନିମନ୍ତେ ଏକ ସ୍ବତନ୍ତ୍ର ଯାନର ବ୍ୟବସ୍ଥା କରାଯାଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଶୁକ୍ରବାର ଲୋକସେବା ଭବନ ଅଭ୍ୟର୍ଥନା ପ୍ରକୋଷ୍ଠ ନିକଟରେ ଯାନର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟାନ୍ୟ କାର୍ଯ୍ୟାଳୟଗୁଡ଼ିକରେ ଏପରି ସ୍ବତନ୍ତ୍ର ଯାନ ରଖାଯିବା ପାଇଁ ଉଦ୍ୟମ କରାଯିବ। ରାଜ୍ୟର ୫୮ ଉପଖଣ୍ଡ ସଦର ମହକୁମାରେ ବରିଷ୍ଠ ନାଗରିକଙ୍କ ନିମନ୍ତେ ଡେ’ କେୟାର ସେଣ୍ଟର ପ୍ରତିଷ୍ଠା କରିବାର ଯୋଜନା ହାତକୁ ନିଆଯିବା କଥା ମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ସୂଚନା ଥାଉ କି, ଉକ୍ତ ଯାନରେ ଚାଳକଙ୍କ ବ୍ୟତୀତ ୪ଜଣ ବସି ପାରିବେ। ପରିବେଶ ଅନୁକୂଳ ବ୍ୟାଟେରିଚାଳିତ ଏହି ଯାନର ମୂଲ୍ୟ ୬ ଲକ୍ଷ ଟଙ୍କାରୁ ଅଧିକ। ଫେଡେରାଲ ବ୍ୟାଙ୍କ ଔଦ୍ୟୋଗିକ ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମରେ ହରମିସ୍‌ ମେମୋରିଆଲ ଫାଉଣ୍ଡେଶନ ଆନୁକୂଲ୍ୟରେ ଏହି ସ୍ବତନ୍ତ୍ର ଯାନ ଯୋଗାଇ ଦିଆଯାଇଛି। କାର୍ଯ୍ୟକ୍ରମରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଭାସ୍କର ଶର୍ମା, ନିର୍ଦ୍ଦେଶକ ବ୍ରତତୀ ହରିଚନ୍ଦନ, ଫେଡେରାଲ ବ୍ୟାଙ୍କ ଆଞ୍ଚଳିକ ମୁଖ୍ୟ କୈଳାସ ଚନ୍ଦ୍ର ଦାସ ଓ ବ୍ୟାଙ୍କ ଶାଖା ମୁଖ୍ୟ ରାକେଶ କୁମାରଙ୍କ ସମେତ ବିଭାଗୀୟ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri