ଲୋକାର୍ପିତ ହେଲା ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରର ୱାଚ୍‌ ଟାୱାର

ପାଟଣା,୧୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଡୁମୁରିଆ ରାଜସ୍ବ ନିରୀକ୍ଷକ ଅଧୀନ ଘାଟ ବାଲିଯୋଡ଼ି ରାଜସ୍ବ ମୌଜା ଅନ୍ତର୍ଗତ ପୌରାଣିକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ଜଳ ପ୍ରପାତରେ ନିର୍ମିତ ୱାଚ୍‌ ଟାୱାର ମଙ୍ଗଳବାର ଲୋକାର୍ପିତ ହୋଇଛି। ଏହି ଅବସରରେ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ୱାଚ୍‌ ଟାୱାର ଉପରୁ ଭୀମକୁଣ୍ଡର ଅପରୂପ ସୌନ୍ଦର୍ଯ୍ୟ ଉପଭୋଗ କରିଛିନ୍ତି। ରୁଙ୍ଗ୍‌ଟା କମ୍ପାନୀ ପକ୍ଷରୁ ଏକ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟୟ ଅଟକଳରେ ଏହି ପ୍ରକଳ୍ପ ନିର୍ମିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ, କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେ, ରୁଙ୍ଗ୍‌ଟା କମ୍ପାନୀ ସିନିୟର ଭାଇସ୍‌ ପ୍ରେସିଡେଣ୍ଟ ଆର. ଅଗ୍ରୱାଲ, ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାଏକ, ବିଡିଓ ଈଶ୍ୱର ଚନ୍ଦ୍ର ନାଏକ, ଜିଲା ପର୍ଯ୍ୟଟନ ଅଧିକାରୀ ରମେଶ ଚନ୍ଦ୍ର ନାୟକ, ତହସିଲଦାର ଶିବପ୍ରସାଦ ମୁର୍ମୁ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ୍‌ରେ ପାଣ୍ଡିଆନ୍‌

ଭୁବନେଶ୍ୱର, ୧୧।୫(ଅନିଲ ଦାସ): ସାମାଜିକ ଗଣମାଧ୍ୟମ ଇନ୍‌ଷ୍ଟାଗ୍ରାମ୍‌ରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଦଳର ନିର୍ବାଚନ ଇସ୍ତାହାର ସମ୍ପର୍କରେ ଯୁବପିଢ଼ିଙ୍କୁ ସୂଚନା ଦେଇ ଭୋଟ...

ଧର୍ମେନ୍ଦ୍ର ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି: ଲେନିନ୍‌

ସମ୍ବଲପୁର,୧୧ା୫(ପ୍ରମୋଦ ବହିଦାର): ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ସମଗ୍ର ଦେଶରେ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।...

ପ୍ରଣବ-ଧର୍ମେନ୍ଦ୍ର କୋଳାକୋଳି

ସମ୍ବଲପୁର,୧୧।୫ (ଭବାନୀଶଙ୍କର ଭୋଇ): ପବିତ୍ର ଅକ୍ଷୟତୃତୀୟା ଅବସରରେ ସମ୍ବଲପୁରର ଗଣପର୍ବ ଶୀତଳଷଷ୍ଠୀ ଯାତ୍ରାର ଥାଳ ଉଠାପର୍ବ ସମ୍ପନ୍ନ ହୋଇଛି। ତେବେ ଥାଳଉଠା ପର୍ବ ଅବସରରେ ସମ୍ବଲପୁରର...

ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ, ରାଜଗାଙ୍ଗପୁର, ରାଉରକେଲା୧୧ା୫(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ପାଣି/ ଦିନେଶ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀଙ୍କୁ ଭଲ ପାଆନ୍ତି। ରାଜ୍ୟର ସବୁ ବର୍ଗର ଲୋକଙ୍କ...

ଭାଜପା ସରକାର ଆସିଲେ ରାମରାଜ୍ୟ ହେବ: ରାଜନାଥ

ରଣପୁର,୧୧ା୫(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ...

ଗର୍ଭବତୀଙ୍କୁ ୪ କି.ମି. ଚଲାଇନେଲେ

ଭବାନୀପାଟଣା,୧୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଜନନୀ ଯନ୍ତ୍ରଣାର ଏକ ଚିତ୍ର ସାମ୍‌ନାକୁ ଆସିଛି। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ।...

ଆଜି ୩ଜିଲାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମାରାଥର ପ୍ରଚାର

ଭୁବନେଶ୍ୱର,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ୩ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ...

ଓଡ଼ିଶାରେ ଆସିବ ଟର୍ନିଂ ପଏଣ୍ଟ: ମୋଦି

ଓଡ଼ିଶାରେ ଓଡ଼ିଆ ଅସ୍ମିତା ପ୍ରତି ବିପଦ ଦେଖାଦେଇଛି। ଏଠାରେ ରାଜା ମହାରାଜା ବେଳର ସ୍ଥିତି ବଳବତ୍ତର ରହିଛି। ତେଣୁ ଲୋକେ ପରିବର୍ତ୍ତନ ଚାହୁଁଛନ୍ତି। ଚଳିତ ନିର୍ବାଚନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri