ଲୋକେ ଧରିଲେ ଗୋରୁ ବୋଝେଇ ଗାଡ଼ିି: ଆସିଲାନି ପୋଲିସ, ଗୋରୁ ଫିଟେଇ ଛାଡିଦେଲେ ଗୋଚାଲାଣକାରୀଙ୍କୁ

ନୟାଗଡ ଅଫିସ/ରଣପୁର, ୮।୩(ସ୍ବ.ପ୍ର.)- ନୟାଗଡ ଜିଲା ରଣପୁର ବ୍ଲକ ଗଉଡିଆପଡା ରଣପୁର ରାସ୍ତାର ଗଉଡିଆପଡାଠାରେ ଶୁକ୍ରବାର ସନ୍ଧ୍ୟା ୬ଟାରେ କେତେକ ଯୁବକ ୨ଟି ଟାଟା ଏସିଇ ଗାଡିରେ ବୋଝେଇ ୧୧ ଗୋରୁ ଉଦ୍ଧାର କରିଥିଲେ । ସେଥିରେ ଥିବା ୭ ଷଣ୍ଢ ଓ ୪ଗାଈଙ୍କୁ ଚାଲାଣ କରାଯାଉଥିଲା । କିଛି ସଂଖ୍ୟାଲଘୁ ସମ୍ପ୍ରଦାୟର ବ୍ୟକ୍ତି ଏହି ଗୋଚାଲାଣ କରୁଥିଲେ । ରଣପୁର ଥାନା ପୋଲିସକୁ ଏ ସମ୍ପର୍କରେ ଖବର ଦିଆଯାଇଥିଲା। ଗୋରୁ ବୋଝେଇ ଗାଡି ସହ ଗୋଚାଲାଣକାରୀଙ୍କୁ ପ୍ରାୟ ୩ ଘଣ୍ଟା ଧରି ଅଟକାଇ ରଖାଯାଇଥିଲା। ହେଲେ ପୋଲିସ ଆସୁଛି କହି ଆସି ନ ଥିଲା । ଫଳରେ ଯୁବକମାନେ ଉତ୍ତେଜିତ ହୋଇ ଗୋରୁଙ୍କୁ ଫିଟେଇ ଦେଇଥିଲେ । ଆଗକୁ ଆଉ ଗୋଚାଲାଣ ନ କରିବାକୁ ପରାମର୍ଶ ଦେଇ ଗୋଚାଲାଣକାରୀ ଓ ଗାଡିକୁ ଛାଡି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri