ଲୋକ ସଭାରେ ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କଲେ ଓଡ଼ିଆ ଏମ୍‌ପି

ଭୁବନେଶ୍ୱର,୫।୭(ବ୍ୟୁରୋ) : ଲୋକ ସଭାରେ ଗୁରୁବାର ଏକାଧିକ ଓଡ଼ିଆ ଏମ୍‌ପି ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କରିଛନ୍ତି। ବିଜେଡି ଟିକେଟ୍‌ରେ ଆସ୍କାରୁ ବିଜୟୀ ହୋଇଥିବା ପ୍ରମିଳା ବିଶୋଇ ପ୍ରଥମଥର ପାଇଁ ନିମ୍ନସଦନରେ କହିଥିବା ଦେଖିବାକୁ ମିଳିଥିଲା। ସ୍ବଳ୍ପ ସମୟ ମଧ୍ୟରେ ସେ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା ବୃଦ୍ଧି ନେଇ ଦାବି କରିଥିଲେ। ପ୍ରମିଳା କହିଥିଲେ ଯେ, ମହିଳା ସଶକ୍ତୀକରଣ ଅତି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ୨୦୧୮ ସେପ୍ଟେମ୍ବରରେ କେନ୍ଦ୍ର ସରକାର ଆଶା ଓ ଅଙ୍ଗନୱାଡି କର୍ମଚାରୀଙ୍କ ଭତ୍ତା ୪୫୦୦ ଟଙ୍କାକୁ ବୃଦ୍ଧି କରିଥିଲେ। ଏତିକି ଅର୍ଥ ଯଥେଷ୍ଟ ନୁହେଁ। ତୃଣମୂଳସ୍ତରରେ କାମ କରୁଥିବା ମହିଳାଙ୍କୁ ଉଚିତ ସମ୍ମାନ ମିଳିବା ଦରକାର। ତେଣୁ ଅଙ୍ଗନୱାଡି କର୍ମଚାରୀଙ୍କ ଭତ୍ତା ୧୫,୦୦୦ ଟଙ୍କା ଓ ସହାୟକଙ୍କ ଭତ୍ତା ୧୨,୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ସେ ତାଙ୍କ ଦାବି ଉପସ୍ଥାପନ କରିଥିଲେ। ଦାବି ଉପସ୍ଥାପନ ପରେ ରଥଯାତ୍ରା ଅବସରରେ ପ୍ରମିଳା ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ। ପ୍ରମିଳା ବକ୍ତବ୍ୟ ରଖିବା ପୂର୍ବରୁ ବାଚସ୍ପତି ଓମ୍‌ ବିର୍ଲା ତାଙ୍କୁ ଭୂୟଂସୀ ପ୍ରଶଂସା କରିଥିଲେ। ଲୋକ ସଭା ସର୍ବକନିଷ୍ଠ ସଦସ୍ୟା ତଥା କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ମଧ୍ୟ ନିଜ ଅଞ୍ଚଳ ସମସ୍ୟା ଉପସ୍ଥାପନ କରିଥିଲେ। ଚନ୍ଦ୍ରାଣୀ କହିଥିଲେ ଯେ, କେନ୍ଦୁଝର ଅଞ୍ଚଳରେ ବାସ କରୁଥିବା ଆଦିବାସୀମାନେ ମୁଖ୍ୟତଃ ଜଙ୍ଗଲ ଉପରେ ନିର୍ଭରଶୀଳ। ଖଣି କାର୍ଯ୍ୟ ହେଉଥିବାରୁ ସେମାନଙ୍କୁ ବିସ୍ଥାପିତ ହେବାକୁ ପଡୁଛି। ତେଣୁ ସ୍ଥାନୀୟ ଅଞ୍ଚଳରେ ରାଉରକେଲା ପରି ଇସ୍ପାତ କାରଖାନା ପ୍ରତିଷ୍ଠା ହୋଇ ପାରିଲେ, ସେମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରନ୍ତା। ଏହା ଦ୍ୱାରା କେନ୍ଦୁଝର ସମେତ ଅନ୍ୟ ଜିଲାବାସୀ ମଧ୍ୟ ଉପକୃତ ହୋଇପାରନ୍ତେ ବୋଲି ଚନ୍ଦ୍ରାଣୀ କହିଛନ୍ତି। ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ରେଳବିଭାଗ ପ୍ରସଙ୍ଗ ଗୃହରେ ଉଠାଇଛନ୍ତି। ଶର୍ମିଷ୍ଠା କହିଛନ୍ତି ଯେ, ଯାଜପୁର-କେନ୍ଦୁଝର ରୋଡ୍‌ରୁ ଧାମରା ବନ୍ଦର ପର୍ଯ୍ୟନ୍ତ ରେଳପଥ ନିର୍ମାଣ କରାଯାଉ। ଏହି ରେଳପଥ ଯାଜପୁର ଏବଂ ଆରଡି ଭାୟା ଦେଇ ଯାଉ। ୯୫ କି.ମି. ଏହି ରେଳପ୍ରକଳ୍ପ ସ୍ଥାନୀୟ ଅଞ୍ଚଳର ଦୀର୍ଘଦିନର ଦାବି। ତେଣୁ କେନ୍ଦ୍ର ସରକାର ଏହାକୁ ଗୁରୁତ୍ୱର ସହ ବିଚାର କରନ୍ତୁ। ଅନ୍ୟପକ୍ଷରେ କଂଗ୍ରେସରୁ ବିଜୟୀ ହୋଇଥିବା କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ବିନା ପ୍ରଫେସରରେ ଚାଲୁଥିବା ନେଇ ମାନବସମ୍ବଳ ମନ୍ତ୍ରଣାଳୟର ହସ୍ତକ୍ଷେପ ଲୋଡି ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?