ଲୋକ ସଭାରେ ଶପଥ ନେଲେ ଓଡ଼ିଶାର ୧୬ ଏମ୍‌ପି

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ସପ୍ତଦଶ ଲୋକ ସଭାର ପ୍ରଥମ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଏହି ଅବସରରେ ନବନିର୍ବାଚିତ ସଦସ୍ୟମାନଙ୍କ ଶପଥ ଉତ୍ସବ ଅନୁଷ୍ଠିତ ହୋଇଛି। ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହର ନେତାଭାବେ ଶପଥ ନେଇଥିଲେ। ଏହାପରେ ଅନ୍ୟ ସଦସ୍ୟମାନେ ଶପଥ ନେଇଛନ୍ତି। ଓଡ଼ିଶାରୁ ନିର୍ବାଚିତ ହୋଇଯାଇଥିବା ଏମ୍‌ପିମାନେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ବାଲେଶ୍ୱର ଲୋକ ସଭା ଆସନରୁ ଏମ୍‌ପି ହୋଇଥିବା ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସଂସ୍କୃତରେ ଶପଥ ନେଇଛନ୍ତି। ଲୋକ ସଭାର ଅସ୍ଥାୟୀ ବାଚସ୍ପତି ବୀରେନ୍ଦ୍ର କୁମାର ସଦସ୍ୟମାନଙ୍କୁ ଶପଥ ପାଠ କରାଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବିଜେଡି ବରିଷ୍ଠ ନେତା ତଥା ଏମ୍‌ପି ଭର୍ତ୍ତୃହରି ମହତାବ ଓଡ଼ିଆରେ ଶପଥ ଗ୍ରହଣ କରିଛନ୍ତି। ସେହିପରି କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ, ଢେଙ୍କାନାଳ ଏମ୍‌ପି ମହେଶ ସାହୁ, ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝୀ, କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ, ଜଗତ୍‌ସିଂହପୁର ଏମ୍‌ପି ରାଜଶ୍ରୀ ମଲିକ, ପୁରୀ ଏମ୍‌ପି ପିନାକୀ ମିଶ୍ର, ଆସ୍କା ଏମ୍‌ପି ପ୍ରମିଳା ବିଶୋୟୀ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ଓଡ଼ିଆରେ ଶପଥ ନେଇଛନ୍ତି। ଚନ୍ଦ୍ରାଣୀ ମୁର୍ମୁ ସାନ୍ତାଳୀ ଭାଷାରେ ଶପଥ ନେଇଛନ୍ତି। ସେହିପରି ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ବସନ୍ତ ପଣ୍ଡା, ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ସେହିପରି ଓଡ଼ିଶାରୁ ନିର୍ବାଚିତ ହୋଇଥିବା ଏକମାତ୍ର କଂଗ୍ରେସ ଏମ୍‌ପି ସପ୍ତଗିରି ଉଲ୍ଲାକା ଇଂରାଜୀରେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶାର ୨୧ ଏମ୍‌ପିଙ୍କ ମଧ୍ୟରୁ ୫ଜଣ ଶପଥ ଗ୍ରହଣ କରିନାହାନ୍ତି। ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ବଲାଙ୍ଗୀର ଏମ୍‌ପି ସଙ୍ଗୀତା ସିଂ ଦେଓ, ମୟୂରଭଞ୍ଜ ଏମ୍‌ପି ବିଶ୍ୱେଶ୍ୱର ଟୁଡୁ, ସମ୍ବଲପୁର ଏମ୍‌ପି ନିତୀଶ ଗଙ୍ଗଦେବ ଏବଂ କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ମଙ୍ଗଳବାର ଶପଥ ନେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?