ଲୋକ ସଭା ଉପବାଚସ୍ପତି ପଦ ପାଇଁ ୱାଇଏସ୍‌ଆର ସିପି ଅରାଜି : ଶିବସେନା, ବିଜେଡି ଉପରେ ନଜର

ଭୁବନେଶ୍ୱର,୨୪ା୬(ବ୍ୟୁରୋ) : ଆନ୍ଧ୍ରପ୍ରଦେଶରେ କ୍ଷମତାସୀନ ଥିବା ୱାଇଏସ୍‌ଆର କଂଗ୍ରେସ ପାର୍ଟି ଲୋକ ସଭା ଉପବାଚସ୍ପତି ପଦ ଗ୍ରହଣ କରି ନ ପାରେ। ଅବିଭକ୍ତ ଆନ୍ଧ୍ରର ବିଭାଜନ ପରେ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ନେଇ ରାଜନୀତି ହୋଇଆସୁଛି। ହେଲେ ତାହା ଅଦ୍ୟାବଧି ପୂରଣ ହୋଇନାହିଁ। ତେଣୁ ୱାଇଏସ୍‌ ଜଗନ୍‌ମୋହନ୍‌ ରେଡ୍ଡୀଙ୍କ ଦୀର୍ଘବର୍ଷର ଉଦ୍ୟମ ପରେ ରାଜ୍ୟରେ କ୍ଷମତାସୀନ ୱାଇଏସ୍‌ଆର କଂଗ୍ରେସ ପାର୍ଟି ଲୋକ ସଭାରେ ଉପବାଚସ୍ପତି ପଦ ଗ୍ରହଣ କରିବାକୁ ଉପଯୁକ୍ତ ମଣୁନାହିଁ। କେନ୍ଦ୍ର ଯଦି ଆନ୍ଧ୍ରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ଦେବ ତେବେ ୱାଇଏସ୍‌ଆର ଉପବାଚସ୍ପତି ପଦ ଗ୍ରହଣ କରିପାରେ ବୋଲି ଦଳର ଜଣେ ବରିଷ୍ଠ ନେତା କହିଛନ୍ତି। ସାମ୍ପ୍ରତିକ ଜାତୀୟ ରାଜନୀତିକୁ ଅନୁଧ୍ୟାନ କଲେ କୌଣସି ରାଜ୍ୟକୁ କେନ୍ଦ୍ର ସରକାର ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେଇ ନ ପାରନ୍ତି। ଆନ୍ଧ୍ରରେ ୱାଇଏସ୍‌ଆର ପରି ବିହାରରେ ଜେଡି(ୟୁ) ଏବଂ ଓଡ଼ିଶାରେ ବିଜେଡି ଏହି ପାହ୍ୟା ପାଇଁ ଦାବି କରୁଛନ୍ତି। ହେଲେ ୱାଇଏସ୍‌ଆର ସିପି ଯଦି ଉପବାଚସ୍ପତି ପଦକୁ ମନା କରିଦିଏ, ତେବେ ଶିବସେନା ଏବଂ ବିଜେଡି ଏହାକୁ ନେଇ ଭାଜପା ସହ ଆଲୋଚନା କରିପାରନ୍ତି ବୋଲି ଜଣାପଡିଛି।
ଶିବସେନା ଏନ୍‌ଡିଏର ପୁରୁଣା ସହଯୋଗୀ ରହିଆସିଛି। କିଛିମାସ ପରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେଣୁ ଶିବସେନା ଉପବାଚସ୍ପତି ପଦକୁ ନେଇ ଦୃଢ଼ ଦାବି କରିବା ସ୍ବାଭାବିକ। କିଛିଦିନ ପୂର୍ବେ ଜାତୀୟ ଗଣମାଧ୍ୟମରେ ବିଜେଡିର ଭର୍ତ୍ତୃହରି ମହତାବ ଉପବାଚସ୍ପତି ହୋଇପାରନ୍ତି ବୋଲି ଚର୍ଚ୍ଚା ଜୋର୍‌ ଧରିଥିଲା। ଏହି ଚର୍ଚ୍ଚାକୁ ନେଇ ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତ ପ୍ରତିକ୍ରିୟା ରଖିଥିଲେ। ବିଜେଡି ଏନ୍‌ଡିଏ ବିରୋଧରେ ନିର୍ବାଚନ ଲଢ଼ିଥିଲା, ତେଣୁ ଉପବାଚସ୍ପତି ପଦ ବିଜେଡିକୁ ଦିଆଯିବା ଠିକ୍‌ ନୁହେଁ ବୋଲି ସଞ୍ଜୟ ମତ ରଖିଥିଲେ। କିନ୍ତୁ ରାଜନୈତିକ ସ୍ଥିତି ଦ୍ରୁତଗତିରେ ବଦଳୁଛି। ନିକଟରେ ଓଡ଼ିଶାରେ ୩ଟି ରାଜ୍ୟ ସଭା ପଦ ପାଇଁ ପ୍ରାର୍ଥୀ ଘୋଷଣା ପରେ ବିଜେଡି ଭାଜପା ମଧ୍ୟରେ ଥିବା ଭିତିରିଆ ସମ୍ପର୍କ ପଦାରେ ପଡିଛି। ତେଣୁ ସଂଖ୍ୟାବଳ ଥାଇ ଭାଜପା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରିଥିବା ବିଜେଡି ଉପବାଚସ୍ପତି ପଦ ପାଇଁ ଦାବି କରିପାରେ ବୋଲି ଚର୍ଚ୍ଚା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri