Posted inରାଜ୍ୟ

ଲୋକ ସଭା ବାଚସ୍ପତିଙ୍କୁ ଭେଟିଲେ ଓଡ଼ିଶା ବାଚସ୍ପତି: ମନ୍ତ୍ରୀ, ବିଧାୟକଙ୍କୁ ଜ୍ଞାନ ଦେବାକୁ ଆସିବେ ସଂସଦୀୟ ଟିମ୍‌

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶନିବାର ନୂଆଦିଲ୍ଲୀରେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍‌ କରିଛନ୍ତି। ସୂର୍ଯ୍ୟ ଲୋକ ସଭା ବାଚସ୍ପତିଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରିବା ସହ ଶ୍ରୀଜୀଉଙ୍କର ଏକ ମେମେଣ୍ଟୋ ପ୍ରଦାନ କରିଥିଲେ। ଉଭୟେ କେନ୍ଦ୍ର, ରାଜ୍ୟ ସରକାର, ଲୋକ ସଭା ଓ ବିଧାନସଭା ହିତ ସମ୍ପର୍କରେ ଅଧଘଣ୍ଟା ଆଲୋଚନା କରିଥିଲେ। ହିମାଚଳ ପ୍ରଦେଶ ବିଧାନସଭା ଢାଞ୍ଚାରେ ଓଡ଼ିଶା ବିଧାନସଭା ପକ୍ଷରୁ ଇ-ବିଧାନସଭା ଆପ୍ଲିକେଶନ କାର୍ଯ୍ୟକାରୀ କରାଯାଉଥିବାରୁ ବିର୍ଲା ଏହାର ଉଚ୍ଚ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ, ଓଡ଼ିଶାର ମନ୍ତ୍ରୀ ଓ ବିଧାୟକମାନଙ୍କୁ ବିଧାନସଭା ଓ ପାର୍ଲାମେଣ୍ଟ ସମ୍ପର୍କିତ ବ୍ୟବସ୍ଥା ଉପରେ ଅବଗତ କରିବା ପାଇଁ ଖୁବ୍‌ଶୀଘ୍ର ଏକ ଉଚ୍ଚ ପଦାଧିକାରୀ ଟିମ୍‌ ପଠାଇବେ। ସାକ୍ଷାତବେଳେ ଓଡ଼ିଶା ବିଧାନସଭାର ସଚିବ ଦାଶରଥି ଶତପଥୀ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଇ-ବିଧାନସଭା ଆପ୍ଲିକେଶନ ଉପରେ ପ୍ରତ୍ୟକ୍ଷ ଜ୍ଞାନ ଆହରଣ କରିବା ପାଇଁ ଚଳିତ ମାସ ୨୦ରୁ ୨୪ ତାରିଖ ଯାଏ ଓଡ଼ିଶା ବିଧାନସଭାର କମ୍ପ୍ୟୁଟରୀକରଣ ସମ୍ପର୍କିତ ଗୃହ କମିଟିର ସଦସ୍ୟମାନେ ଦିଲ୍ଲୀ, ପଞ୍ଜାବ, ହିମାଚଳ ପ୍ରଦେଶ ଗସ୍ତରେ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri