Posted inରାଜ୍ୟ

ଲୋକ ସଭା ବାଚସ୍ପତିଙ୍କୁ ଭେଟିଲେ ଓଡ଼ିଶା ବାଚସ୍ପତି: ମନ୍ତ୍ରୀ, ବିଧାୟକଙ୍କୁ ଜ୍ଞାନ ଦେବାକୁ ଆସିବେ ସଂସଦୀୟ ଟିମ୍‌

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶନିବାର ନୂଆଦିଲ୍ଲୀରେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍‌ କରିଛନ୍ତି। ସୂର୍ଯ୍ୟ ଲୋକ ସଭା ବାଚସ୍ପତିଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରିବା ସହ ଶ୍ରୀଜୀଉଙ୍କର ଏକ ମେମେଣ୍ଟୋ ପ୍ରଦାନ କରିଥିଲେ। ଉଭୟେ କେନ୍ଦ୍ର, ରାଜ୍ୟ ସରକାର, ଲୋକ ସଭା ଓ ବିଧାନସଭା ହିତ ସମ୍ପର୍କରେ ଅଧଘଣ୍ଟା ଆଲୋଚନା କରିଥିଲେ। ହିମାଚଳ ପ୍ରଦେଶ ବିଧାନସଭା ଢାଞ୍ଚାରେ ଓଡ଼ିଶା ବିଧାନସଭା ପକ୍ଷରୁ ଇ-ବିଧାନସଭା ଆପ୍ଲିକେଶନ କାର୍ଯ୍ୟକାରୀ କରାଯାଉଥିବାରୁ ବିର୍ଲା ଏହାର ଉଚ୍ଚ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ, ଓଡ଼ିଶାର ମନ୍ତ୍ରୀ ଓ ବିଧାୟକମାନଙ୍କୁ ବିଧାନସଭା ଓ ପାର୍ଲାମେଣ୍ଟ ସମ୍ପର୍କିତ ବ୍ୟବସ୍ଥା ଉପରେ ଅବଗତ କରିବା ପାଇଁ ଖୁବ୍‌ଶୀଘ୍ର ଏକ ଉଚ୍ଚ ପଦାଧିକାରୀ ଟିମ୍‌ ପଠାଇବେ। ସାକ୍ଷାତବେଳେ ଓଡ଼ିଶା ବିଧାନସଭାର ସଚିବ ଦାଶରଥି ଶତପଥୀ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଇ-ବିଧାନସଭା ଆପ୍ଲିକେଶନ ଉପରେ ପ୍ରତ୍ୟକ୍ଷ ଜ୍ଞାନ ଆହରଣ କରିବା ପାଇଁ ଚଳିତ ମାସ ୨୦ରୁ ୨୪ ତାରିଖ ଯାଏ ଓଡ଼ିଶା ବିଧାନସଭାର କମ୍ପ୍ୟୁଟରୀକରଣ ସମ୍ପର୍କିତ ଗୃହ କମିଟିର ସଦସ୍ୟମାନେ ଦିଲ୍ଲୀ, ପଞ୍ଜାବ, ହିମାଚଳ ପ୍ରଦେଶ ଗସ୍ତରେ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri