Posted inଜାତୀୟ

ଲୋକ ସଭା ଶପଥ ଗ୍ରହଣ ସମୟରେ ଭାଜପା ଏମ୍‌ପିଙ୍କ ଶବ୍ଦ ଉଚ୍ଚାରଣରେ ଭୁଲ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୬: ୧୭ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଯାଇଛି। ଗତ ୨ ଦିନ ହେଲା ଏଠାରେ ନୂଆ ନିର୍ବାଚିତ ସଦସ୍ୟ ଶପଥ ଗ୍ରହଣ କରୁଛନ୍ତି। ଏହି କ୍ରମରେ ମଙ୍ଗଳବାର ସଦନରେ କିଛି ସଦସ୍ୟଙ୍କୁ ପୁଣି ଥରେ ଶପଥ ଗ୍ରହଣ କରିବାକୁ ପଡ଼ିଛି। ଉତ୍ତର ପ୍ରଦେଶର ଡୁମରିଆଗଞ୍ଜରୁ ନିର୍ବାଚିତ ହୋଇଥିବା ଭାଜପା ଏମ୍‌ପି ଜଗଦମ୍ବିକା ପାଲ ଶପଥ ଗ୍ରହଣ କରି ସାରିବା ପରେ ରେଜିଷ୍ଟରରେ ସ୍ବାକ୍ଷର କରିସାରିଥିଲେ। ଏହାରି ଭିତରେ ସେ ଶପଥ ନେବା ସମୟରେ କିଛି ଶବ୍ଦ ଭୁଲ ପଢ଼ିଥିଲେ ବୋଲି ଲୋକ ସଭା ସଚିବାଳୟର ଜଣେ କର୍ମଚାରୀ କହିଥିଲେ। ଫଳରେ ତାଙ୍କୁ ପୁଣିଥରେ ଶପଥ ପାଠ କରିବାକୁ ପଡ଼ିଥିଲା। ସେହିପରି ଫିଲ୍ମ ଅଭିନେତା ତଥା ପଞ୍ଜାବ ଗୁରୁଦାସପୁର ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିବା ସନ୍ନି ଦେଓଲ ଇଂଲିଶରେ ଶପଥ ଗ୍ରହଣ କରିଥିଲେ। ହେଲେ ସେ ଅପ୍‌ହୋଲ୍ଡ ଶବ୍ଦ ବଦଳରେ ଭୁଲବଶତଃ ବିଦହୋଲ୍ଡ ଉଚ୍ଚାରଣ କରିଥିଲେ। ସଙ୍ଗେ ସଙ୍ଗେ ସେ ନିଜ ତ୍ରୁଟିକୁ ସୁଧାରି ଠିକ୍‌ ଉଚ୍ଚାରଣ କରିଥିଲେ। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri