Posted inଜାତୀୟ

ଲୋକ ସଭା ଶପଥ ଗ୍ରହଣ ସମୟରେ ଭାଜପା ଏମ୍‌ପିଙ୍କ ଶବ୍ଦ ଉଚ୍ଚାରଣରେ ଭୁଲ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୬: ୧୭ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଯାଇଛି। ଗତ ୨ ଦିନ ହେଲା ଏଠାରେ ନୂଆ ନିର୍ବାଚିତ ସଦସ୍ୟ ଶପଥ ଗ୍ରହଣ କରୁଛନ୍ତି। ଏହି କ୍ରମରେ ମଙ୍ଗଳବାର ସଦନରେ କିଛି ସଦସ୍ୟଙ୍କୁ ପୁଣି ଥରେ ଶପଥ ଗ୍ରହଣ କରିବାକୁ ପଡ଼ିଛି। ଉତ୍ତର ପ୍ରଦେଶର ଡୁମରିଆଗଞ୍ଜରୁ ନିର୍ବାଚିତ ହୋଇଥିବା ଭାଜପା ଏମ୍‌ପି ଜଗଦମ୍ବିକା ପାଲ ଶପଥ ଗ୍ରହଣ କରି ସାରିବା ପରେ ରେଜିଷ୍ଟରରେ ସ୍ବାକ୍ଷର କରିସାରିଥିଲେ। ଏହାରି ଭିତରେ ସେ ଶପଥ ନେବା ସମୟରେ କିଛି ଶବ୍ଦ ଭୁଲ ପଢ଼ିଥିଲେ ବୋଲି ଲୋକ ସଭା ସଚିବାଳୟର ଜଣେ କର୍ମଚାରୀ କହିଥିଲେ। ଫଳରେ ତାଙ୍କୁ ପୁଣିଥରେ ଶପଥ ପାଠ କରିବାକୁ ପଡ଼ିଥିଲା। ସେହିପରି ଫିଲ୍ମ ଅଭିନେତା ତଥା ପଞ୍ଜାବ ଗୁରୁଦାସପୁର ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିବା ସନ୍ନି ଦେଓଲ ଇଂଲିଶରେ ଶପଥ ଗ୍ରହଣ କରିଥିଲେ। ହେଲେ ସେ ଅପ୍‌ହୋଲ୍ଡ ଶବ୍ଦ ବଦଳରେ ଭୁଲବଶତଃ ବିଦହୋଲ୍ଡ ଉଚ୍ଚାରଣ କରିଥିଲେ। ସଙ୍ଗେ ସଙ୍ଗେ ସେ ନିଜ ତ୍ରୁଟିକୁ ସୁଧାରି ଠିକ୍‌ ଉଚ୍ଚାରଣ କରିଥିଲେ। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri