ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ ପରିମାଣରେ ରୋକିଥାଏ। ପରିବେଶ ସୁରକ୍ଷା ଓ ସନ୍ତୁଳନର ଅଭାବ ଯୋଗୁ ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଛି। ଏପରି ସ୍ଥିତିରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲାରେ ସହାୟକ ତାଳଗଛ ଲୋପ ପାଇବାରେ ଲାଗିଛି। ଫଳରେ ପ୍ରାକୃତିକ ବିପର୍ଯ୍ୟୟ ମାତ୍ର ବଢିଚାଲିଛି। ଗଛ କାଟିବା ଯୋଗୁ ପ୍ରକୃତି ଉପରେ ଗୁରୁତର ପ୍ରଭାବ ପଡୁଛି। ପ୍ରକୃତିର କୋପରେ ବାତ୍ୟା ବନ୍ୟା ହେବା ସହିତ ତାପମାତ୍ରା ମଧ୍ୟ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଅଞ୍ଚଳରେ ତାଳଗଛ ରୋପଣ ପାଇଁ ‘ତାଳମିଶନ’ ଆରମ୍ଭ କରିଥିଲେ। କିନ୍ତୁ ସରକାରୀ ଯୋଜନା ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା ପୂର୍ବରୁ ଗଛଗୁଡ଼ିକ ଲୋପ ପାଇବାରେ ଲାଗିଛି। ତାଳଗଛ କେବଳ ପ୍ରାକୃତିକ ସୁରକ୍ଷା ନୁହେଁ, ଓଡ଼ିଆ ସଂସ୍କୃତିର ମଧ୍ୟ ପ୍ରତୀକ। ବିଶେଷ କରି ରଜ, ସାବିତ୍ରୀ ପର୍ବରେ ତାଳସଜକୁ ଭୋଗ ଭାବେ ବ୍ୟବହାର କରାଯାଇଥାଏ। ଗ୍ରୀଷ୍ମ ସମୟରେ ତାଳସଜ ପଥଚାରୀଙ୍କ ଭୋକଶୋଷ ମେଣ୍ଟାଇଥାଏ। ତାଳପତ୍ରରେ ବିଞ୍ଚଣା, ଛତା ଭଳି ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ ହୋଇଥାଏ। ପାଚିଲା ତାଳରୁ ମଧ୍ୟ ବିଭିନ୍ନ ସୁସ୍ବାଦୁ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତ ହୋଇଥାଏ। ମାତ୍ର ଆଧୁନିକତାର ଛାପରେ ବର୍ତ୍ତମାନର ପିଢ଼ି ଏହି ପ୍ରକୃତି ଦତ୍ତ ଖାଦ୍ୟ ଖାଉ ନାହାନ୍ତି। ମାତ୍ର ଜୀବଜଗତର ସୁରକ୍ଷା ପାଇଁ ପ୍ରକୃତିର ସୁରକ୍ଷା ଅତ୍ୟାବଶ୍ୟକ ବୋଲି ପରିବେଶବିତ୍‌ମାନେ ମତ ଦେଉଥିବା ବେଳେ ଧୀରେ ଧୀରେ କିନ୍ତୁ ପଦ୍ମପୁର ଅଞ୍ଚଳରେ ତାଳଗଛ କମିବାରେ ଲାଗିଛି। ବିଶେଷକରି ଗୋଚର, ଅନାବାଦୀ ଜମିର ଜବରଦଖଲ ବେଆଇନ ଇଟାଭାଟି ଯୋଗୁ ତାଳଗଛ କମିବାରେ ଲାଗିଛି। ତେଣୁ ରାଜ୍ୟ ସରକାର ବ୍ୟାପକ ମାତ୍ରାରେ ତାଳଗଛ ରୋପଣ କରି ଏହାର ରକ୍ଷଣାବେକ୍ଷଣ କରି ବହୁ ଚର୍ଚ୍ଚିତ ‘ତାଳମିଶନ’ କୁ ସଫଳ କରିବା ପାଇଁ ସାଧାରଣରେ ଦାବି ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri