ଲୋୟର ପିଏମ୍‌ଜିରେ ଅଙ୍ଗନଓ୍ବାଡି କର୍ମୀ:୧୬ ଦଫା ଦାବି ନେଇ ଗର୍ଜିଲେ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ):ଦୀର୍ଘ ଦିନରୁ ଦାବି ପୂରଣ ହେଉ ନ ଥିବାରୁ ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡି ଳେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ କର୍ମୀମାନେ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଆସୋସିଏଶନ ପକ୍ଷରୁ ହଜାର ହଜାର ଅଙ୍ଗନଓ୍ବାଡି କର୍ମୀ ମାଷ୍ଟରକାଣ୍ଟିନଠାରେ ଏକତ୍ର ହୋଇ ଏକ ବିଶାଳ ଶୋଭାଯାତ୍ରାରେ ବାହାରିଥିଲେ। ଏହାପରେ ଲୋୟର ପିଏମ୍‌ଜିଠାରେ ଧାରଣା ଦେବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଧାରଣା ସ୍ଥଳରେ ଅଲ୍‌ ଇଣ୍ଡିଆ ଅଙ୍ଗନଓ୍ବାଡି ଓ୍ବାର୍କର୍ସ ଆସୋସିଏଶନ ସାଧାରଣ ସମ୍ପାଦିକା ଅଞ୍ଜଳି ପଟେଲ, ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ ରାଜ୍ୟ ସଭାନେତ୍ରୀ ସୌଦାମିନୀ ଦାସ, କୋଷାଧ୍ୟକ୍ଷ ଗୀତାରାଣୀ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ଅଙ୍ଗନାଓ୍ବାଡ଼ି କର୍ମୀଙ୍କ ବିଭିନ୍ନ ସମସ୍ୟା ଉପରେ ଉଦ୍‌ବୋଧନ ଦେଇଥିଲେ।
ସଂଘର କହିବାନୁଯାୟୀ ୧୬ ଦଫା ଦାବିପତ୍ର ନେଇ ସେମାନେ ବିକ୍ଷୋଭ ପ୍ରଦର୍ଶନର ବିକଳ୍ପ ବାଛିଛନ୍ତି। ଦାବିପତ୍ରରେ ଅଙ୍ଗନଓ୍ବାଡ଼ି କର୍ମୀ, ସହାୟିକା, ମିନି ଅଙ୍ଗନଓ୍ବାଡି କର୍ମଚାରୀଙ୍କୁ ସରକାରୀ ମାନ୍ୟତା ପ୍ରଦାନ, ସରକାରୀ ମାନ୍ୟତା ନ ମିଳିବା ପର୍ଯ୍ୟନ୍ତ ଅଙ୍ଗନଓ୍ବାଡି କର୍ମୀଙ୍କୁ ସର୍ବନିମ୍ନ ମାସିକ ୧୮ହଜାର ଟଙ୍କା ଦରମା ପ୍ରଦାନ, ସହାୟିକାଙ୍କୁ ୯ହଜାର ଟଙ୍କା ଦରମା, ୨୦୧୮ ଆନ୍ଦୋଳନବେଳେ ଆକ୍ରୋଶମୂଳକ ଭାବେ ବହିଷ୍କାର କରାଯାଇଥିବା ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ପୁନଃନିଯୁକ୍ତି, ବଜାର ଦର ଅନୁସାରେ ଗରମ ରନ୍ଧା ଖାଦ୍ୟର ମୂଲ୍ୟ ବୃଦ୍ଧି, ଛୁଟି ଦିବସରେ କାର୍ଯ୍ୟରତ ଅଙ୍ଗନଓ୍ବାଡି କର୍ମୀଙ୍କୁ ୨ଗୁଣା ଦରମା ପ୍ରଦାନ ଆଦି ପ୍ରମୁଖ ଦାବି ରହିଛି। ଏ ଦାବିକୁ ନେଇ ସଂଘ ପକ୍ଷରୁ ବାରମ୍ବାର ଆନ୍ଦୋଳନ କରାଯାଇ ସରକାରଙ୍କ ପକ୍ଷରୁ ପ୍ରତିଶ୍ରୁତି ମିଳୁଛି। ହେଲେ ସରକାର ପ୍ରତିଶ୍ରୁତି ପାଳନ କରୁନାହାନ୍ତି। ତେଣୁ ବାଧ୍ୟ ହୋଇ ଆମେ ଆନ୍ଦୋଳନକୁ ଓହ୍ଲାଇଛୁ ବୋଲି ସଂଘ ପକ୍ଷରୁ କୁହାଯାଇଛି। ସଂଘର ଏକ ପ୍ରତିନିଧି ଦଳ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ମନ୍ତ୍ରୀଙ୍କୁ ଭେଟି ୧୬ଦଫା ଦାବିପତ୍ର ପ୍ରଦାନ କରିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri