ଶକ୍ତିମନ୍ତ୍ରୀଙ୍କୁ ଓଡ଼ିଶା ରାଜ୍ୟ ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ସଂଘର ଦାବିପତ୍ର

ଭବାନୀପାଟଣା,୧୧।୮(ଡି.ଏନ.ଏ.)
ଭବାନୀପାଟଣା ସହରସ୍ଥିତ ସର୍କିଟ ହାଉସଠାରେ ଓଡିଶା ରାଜ୍ୟ ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ସଂଘ ପକ୍ଷରୁ ଏକ ପ୍ରତିନିଧି ଦଳ ଶକ୍ତି ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଭେଟି ୪ ଦଫା ଦାବିପତ୍ର ପ୍ରଦାନ କରିଥିଲେ। ଏଥିରେ ସପ୍ତମ ବେତନ କମିସନ ବକେୟା ରାଶି ଆସନ୍ତା ନୂଆଁଖାଇ ପୂର୍ବରୁ ପ୍ରଦାନ କରିବା, ବିଦ୍ୟୁତ କ୍ଷେତ୍ରରେ ଘଟୁଥିବା ଦୁର୍ଘଟଣାକୁ ରୋକିବା ପାଇଁ ପ୍ରତି ସର୍କଲରେ ସୁରକ୍ଷା ଅଫିସର ନିଯୁକ୍ତି କରିବା, ବିଦ୍ୟୁତ ବିଭାଗରେ ଖାଲିଥିବା ପଦବୀ ପୂରଣ କରିବା, ଠିକା କର୍ମଚାରୀମାନଙ୍କୁ ସ୍ଥାୟୀ କରିବାକୁ ସଂଘ ପକ୍ଷରୁ ଦାବି କରାଯାଇଥିଲା। ମନ୍ତ୍ରୀ ଦାବିକୁ ପୂରଣ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏହି ପ୍ରତିନିଧି ଦଳରେ ଓଡିଶା ରାଜ୍ୟ ବିଦ୍ୟୁତ ଶ୍ରମିକ କର୍ମଚାରୀ ସଂଘ ସହସମ୍ପାଦକ ଦୁର୍ଗାମାଧବ ପଣ୍ଡା, ନିଗମାନନ୍ଦ ଦାସ, ଅଖିଳ ପାଣିଗ୍ରାହୀ, ଅରୁଣ ମହାନ୍ତି, ଡିଭିଜନ ସମ୍ପାଦକ ଭବାନୀଶଙ୍କର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

ସାହୁ ସମାଜର ମୁହୁନି ବଂଶର ଚିହ୍ନଟ ପ୍ରକ୍ରିୟା କାର୍ଯ୍ୟକ୍ରମ

କେସିଙ୍ଗା,୨୫।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସିସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ତୈଲିକ ହଳଦିଆ ସାହୁ ସମାଜର ମୁହୁନି ବଂଶର ଏକତା ପାଇଁ ଏକ…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri