ଶକ୍ତିମନ୍ତ୍ରୀଙ୍କ ଅଚାନକ କେସିଙ୍ଗା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ

କେସିଙ୍ଗା,୧୭।୮(ଡି.ଏନ.ଏ.)
କେସିଙ୍ଗାସ୍ଥିତ ଆଦର୍ଶ ବିଦ୍ୟାଳୟକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଅଚାନକ ଭାବେ ଗତ ଗୁରୁବାର ସନ୍ଧ୍ୟା ୭ଟାରେ ପରିଦର୍ଶନ କରିଥିଲେ। ଏଠାରେ ଥିବା ବିଭିନ୍ନ ସମସ୍ୟା ଯଥା ପ୍ରିନ୍ସିପାଲ ନିଯୁକ୍ତି, ୫ଜଣ ଶିକ୍ଷକ ନିଯୁକ୍ତି, ବିଦ୍ୟାଳୟର ପଶ୍ଚିମ ପଟେ ବାଡା ନିର୍ମାଣ, ସିସିଟିଭି ସଂଯୋଗ, ମୁଖ୍ୟଗେଟ ନିର୍ମାଣ, ନୂତନ ହଷ୍ଟେଲରେ ବିଦ୍ୟୁତ ସଂଯୋଗ ଓ ଉଦଘାଟନ, ରାସ୍ତା ନିର୍ମାଣ ଆଦି ବିଷୟରେ ବୁଲି ଦେଖିଥିଲେ । ମନ୍ତ୍ରୀଙ୍କ ଏହି ପରିଦର୍ଶନରେ ୱେସ୍କୋ, ଆରଡି, ବ୍ଲକ, ପିଡବ୍ଲ୍ୟୁଡି ବିଭାଗର କର୍ମଚାରୀ ମଧ୍ୟ ଥିଲେ । ମନ୍ତ୍ରୀ କମ ଦିନରେ ନୂତନ ହଷ୍ଟେଲରେ ବିଦ୍ୟୁତ ସଂଯୋଗ ହେବା ସହିତ ଆଦର୍ଶ ବିଦ୍ୟାଳୟର ସବୁ ସମସ୍ୟା ଦୂର ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ବିଦ୍ୟାଳୟର ଇନଚାର୍ଜ ପ୍ରିନ୍ସିପାଲ ଏହି ସମସ୍ୟା ଉପରେ ଆବେଦନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri