ଶକ୍ତିଶାଳୀ ହେଉଛି ଅମ୍ଫନ୍‌: ‌ଦୀଘା, ହାତିଆ ମଧ୍ୟରେ ହେବ ମାଡ଼, ୬ କି.ମି. ବେଗରେ ମାଡ଼ି ଆସୁଛି

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ଦକ୍ଷିଣରେ ୯୫୦କି.ମି., ପଶ୍ଚିମବଙ୍ଗର ଦୀଘାଠାରୁ ୧୧୨୦ କି.ମି ଏବଂ ବାଂଲାଦେଶର ଖେପୁରାଠାରୁ ୧୨୩୦ କି.ମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ସାମୁଦ୍ରିକ ଝଡ଼ ଅମ୍ଫନ ଧୀରେ ଧୀରେ ବଳଶାଳୀ ହୋଇ ଘଣ୍ଟାକୁ ମାତ୍ର ୬ କି.ମି. ବେଗରେ ସ୍ଥଳଭାଗ ଆଡ଼କୁ ମୁହାଁଇଛି। ରବିବାର ମଧ୍ୟରାତ୍ର ସୁଦ୍ଧା ବାତ୍ୟା ଅମ୍ଫନ ଅତି ଭୟଙ୍କର ରୂପ ଧାରଣ କରିବ। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବାତ୍ୟା ଭୟଙ୍କରରୁ ଅତି ଭୟଙ୍କର ହେବ। ଏହା ଉତ୍ତର ଦିଗ ଦେଇ ଗତି କରୁଛି। ୧୮ ଓ ୧୯ତାରିଖ ମଧ୍ୟରେ ଏହି ସାମୁଦ୍ରିକ ଝଡ଼ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ। ଆସନ୍ତା ୨୦ତାରିଖ ଅପରାହ୍ନ କିମ୍ବା ସନ୍ଧ୍ୟା ସୁଦ୍ଧା ବାତ୍ୟା ପଶ୍ଚିମ ବଙ୍ଗର ଦୀଘା ଏବଂ ବାଂଲାଦେଶର ହାତିଆ ଦ୍ୱୀପ ମଧ୍ୟରେ ଅମ୍ଫନ ଅତି ଭୟଙ୍କର ରୂପ ଧାରଣ କରି ସ୍ଥଳଭାଗକୁ ମାଡ଼ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେତେବେଳକୁ ଝଡ଼ର ବେଗ ଘଣ୍ଟା ପ୍ରତି ୧୮୦ରୁ ୨୦୦ କ.ମି. ରହିବ। ୧୮ତାରିଖରେ ବାତ୍ୟାର ଘଣ୍ଟା ପ୍ରତି ବେଗ ୧୩୫ରୁ ୧୫୦ କି.ମି. ରହିବା ବେଳେ ୧୯ ତାରିଖ ରାତ୍ରି ସୁଦ୍ଧା ୧୭୦ରୁ ୨୦୦ କି.ମି.କୁ ବୃଦ୍ଧି ପାଇବ। ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ଦୁର୍ବଳ ହୋଇଯିବ। ପବନର ବେଗ ମଧ୍ୟ ହ୍ରାସ ପାଇବ। ବାତ୍ୟା ପ୍ରଭାବରେ ଆସନ୍ତା ୧୮ତାରିଖ ସନ୍ଧ୍ୟାରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ଆରମ୍ଭ ହୋଇଯିବ। ଉପକୂଳରେ ଘଣ୍ଟାକୁ ୭୫ରୁ ୮୫କି.ମି ବେଗରେ ପବନ ବହିବା ସହିତ ତୁହାକୁ ତୁହା ବର୍ଷା ହେବ। ୧୯ତାରିଖରେ ପବନର ବେଗ ୧୩୫ରୁ ୧୫୦କି.ମିକୁ ବୃଦ୍ଧି ପାଇବ। ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରପଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ନିଂ ଜାରି କରାଯାଇଛି।
୨୦ ତାରିଖରେ ମଧ୍ୟ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହିବ। ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ପାରାଦୀପ, ଚାନ୍ଦବାଲି, ପୁରୀ, ଗୋପାଳପୁରରେ ୨ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ବାତ୍ୟା ଅମ୍ଫନ ଯୋଗୁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଜିଲା ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି। ଏଥିସହିତ ୧୨ଟି ଜିଲାକୁ ଆଲର୍ଟରେ ରଖାଯାଇଛି। ବାତ୍ୟା ଉପରେ ନିୟମିତ ଭାବେ ନଜର ରଖାଯାଇଛି ବୋଲି ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି) ପ୍ରଦୀପ କୁମାର ଜେନା କହିଛନ୍ତି। ରବିବାର ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି ଯେ, ଶନିବାର ବାତ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ। ପରିସ୍ଥିତିକୁ ମୁକାବିଲା କରିବାନେଇ ଜିଲାପାଳ ଏବଂ ଏସ୍‌ପିଙ୍କ ସହ ଆଲୋଚନା ହୋଇଛି। ବାତ୍ୟାକୁ ଦେଖି ବିପଦପୂର୍ଣ୍ଣ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର ବ୍ୟବସ୍ଥା କରାଯିବ। ୧୯ତାରିଖ ସନ୍ଧ୍ୟାରୁ ପବନର ପ୍ରଭାବ ଓଡ଼ିଶା ଉପରେ ରହିବ। କେଉଁ ଜିଲାର କେଉଁ ଜାଗାରୁ ଲୋକମାନଙ୍କୁ ସ୍ଥାନାନ୍ତର କରାଯିବ ସେ ନେଇ ଆଲୋଚନା ଜାରି ରହିଛି। ସମ୍ଭାବ୍ୟ ପ୍ରଭାବିତ ଜିଲାଗୁଡ଼ିକୁ ୧୨ ଓଡ୍ରାଫ ଓ ୩ ଏନଡିଆରଏଫ୍‌ ଟିମ୍‌ ସହିତ ୩୫୫ ଅଗ୍ନିଶମ ୟୁନିଟ ନିୟୋଜିତ କରାଯାଇଛି। ଏପରି କି ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ମୟୂରଭଞ୍ଜ, ଗଞ୍ଜାମ, ଗଜପତି ଏବଂ ଯାଜପୁର ଜିଲାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।
କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାରେ କେତେକ ବାତ୍ୟା ଆଶ୍ରୟସ୍ଥଳ ଓ ସ୍କୁଲ ଘରକୁ ଅସ୍ଥାୟୀ ଚକିତ୍ସା କେନ୍ଦ୍ର(ଟିଏମ୍‌ସି)ରେ ପରିଣତ କରାଯାଇଛି। ଜିଲାରେ ଖାଲିଥିବା ସ୍କୁଲ, କଲେଜ ଓ ଅନ୍ୟାନ୍ୟ ବିଲ୍ଡିଂଗୁଡ଼ିକୁ ଆଶ୍ରୟସ୍ଥଳ ଭାବେ ବ୍ୟବହାର କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଭାବିତ ଆଶଙ୍କା ଥିବା ୧୨ଟି ଜିଲାରେ ଖାଲିଥିବା ୫୬୭ଟି ବାତ୍ୟା ଆଶ୍ରୟସ୍ଥଳ ଏବଂ ୭ହଜାର କୋଠାଘରକୁ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳ ଭାବେ ଚିହ୍ନଟ କରାଯାଇଛି ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି। ସାମାଜିକ ଦୂରତା ରକ୍ଷା କରି ୧୨ଟି ଜିଲାରେ ୧୧ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ପାରିବ ବୋଲି ସେ କହିଛନ୍ତି। ୧୨ଟି ଜିଲାର ୧୮୦୯ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳ ମଧ୍ୟରୁ ୧୨୪୨ଟି କୋଭିଡ-୧୯ ପାଇଁ ବ୍ୟବହାର କରାଯାଉଛି। ଅବଶିଷ୍ଟ ୫୬୭ଟି ଖାଲି ରହିଛି। ଉକ୍ତ ୧୨ ଜିଲାରେ ମେ ୧୮ରୁ ୨୦ ତାରିଖ ଯାଏ ରାସ୍ତା ଦେଇ କୌଣସି ପ୍ରବାସୀଙ୍କୁ ଯିବାକୁ ଅନୁମତି ନ ଦେବା ଲାଗି ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏପରି କି ଜିଲାର ସୀମାରୁ ପ୍ରବାସୀ ଓଡିଆଙ୍କୁ ଏହି ଜିଲାଗୁଡିକୁ ନ ଛାଡ଼ିବାକୁ ପରାମର୍ଶ ଦିଆଯାଇଛି ବୋଲି ଏସ୍‌ଆରସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ୧୫ ସୁଦ୍ଧା ଯୁକ୍ତ୨ ଫଳ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗତ ୨ଦିନ ହେବ...

ଆସିବ ସ୍ବତନ୍ତ୍ର ଯୁବ ବଜେଟ

ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri