ଶକ୍ତି ଉତ୍ତୋଳନ ପ୍ରତିଯୋଗିତା: ମୟୂରଭଞ୍ଜ ଜିଲାକୁ ୨୪ ପଦକ

ବାରିପଦା ଅଫିସ,୧୫ା୧୨- ଗତ ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜସ୍ତରୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲାକୁ ମିଳିଛି ସଫଳତା । ୧୭ ଜଣ ଖେଳାଳି ଜିଲାରୁ ପ୍ରତିନିଧିତ୍ୱ କରି ୧୪ ଟି ସ୍ବର୍ଣ୍ଣ , ୮ ଟି ରୌପ୍ୟ ଓ ୨ଟି ବ୍ରୋଞ୍ଜ ପଦକ ସମେତ ମୋଟ ୨୪ଟି ପଦକ ହାସଲ କରିଛନ୍ତି । ଏମାନଙ୍କ ମଧ୍ୟରୁ ଦେବୀ ସିଂ ଜୁନିୟର , ସିନିୟର ଓ ଓପନ ବେଞ୍ଚ ପ୍ରେସ ୩ଟି ବିଭାଗରେ ୩ଟି ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ସୀମାରାଣୀ ସିଂ ସିନିୟରରେ ୧ ରୌପ୍ୟ , ଭାରତୀ ପାତ୍ର ଜୁନିୟର ଓ ସିନିୟର ଉଭୟରେ ସ୍ବର୍ଣ୍ଣ ପଦକ , ପ୍ରଭାତୀ ସିଂ ଜୁନିୟରରେ ସ୍ବର୍ଣ୍ଣ ଓ ସିନିୟରରେ ରୌପ୍ୟ , ଧାନୀମଣି ଟୁଡୁ ଜୁନିୟର ଓ ସିନିୟର ଉଭୟରେ ରୌପ୍ୟ, ଚନ୍ଦ୍ରବଦନୀ ମହାନ୍ତ ଓପନ ବେଞ୍ଚ ପ୍ରେସ୍‌ରେ ସ୍ବର୍ଣ୍ଣ, ପ୍ରବୀର ପୃଷ୍ଟି ଜୁନିୟରରେ ବ୍ରୋଞ୍ଜ ଓ ଓପନ ବେଞ୍ଚ ପ୍ରେସ୍‌ରେ ରୌପ୍ୟ , ସୁଦାମ ସିଂ ଜୁନିୟର ଓ ସିନିୟର ଉଭୟରେ ରୌପ୍ୟ, ବାପୁନ ବେହେରା ଜୁନିୟରରେ ସ୍ବର୍ଣ୍ଣ, ସତ୍ୟବ୍ରତ ବେହେରା ସିନିୟରରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେହିପରି ରାଜେନ୍ଦ୍ର ପରିଡା ମାଷ୍ଟର (୨)ରେ ଜଜ ସ୍ବର୍ଣ୍ଣ, ମନୋଜ କୁମାର ମହାନ୍ତ ସିନିୟରରେ ବ୍ରୋଞ୍ଜ , ଦୁଃଖିରାମ ମାରାଣ୍ଡି ସବ୍‌ ଜୁନିୟରରେ ସ୍ବର୍ଣ୍ଣ , ଶିମନ ପ୍ରଧାନ ଜୁନିୟରରେ ରୌପ୍ୟ, ଟାଟୁନାଥ ହଁାସଦା ସବ୍‌ ଜୁନିୟରରେ ସ୍ବର୍ଣ୍ଣ , ଅଭିିଷେକ ମହାନ୍ତ ଜୁନିୟର ଓ ସିନିୟର ଉଭୟରେ ସ୍ବର୍ଣ୍ଣ ପଦକ ବିଜେତା ହୋଇଛନ୍ତି ା ଏହି ସମସ୍ତ କୃତୀ ପ୍ରତିଯୋଗୀ ମୟୂରଭଞ୍ଜ ଜିମ୍ନାସିୟମ ଏବଂ ଶକ୍ତିମାନ ଜିମ୍ନାସିୟମରେ ନିୟମିତ କ୍ରୀଡା ଅଭ୍ୟାସ କରୁଥିଲେ। ଏଭଳିି ସଫଳତା ଲାଗି ଜିଲାର ବହୁ କ୍ରୀଡାବିତ ସେମାନଙ୍କୁ ଶୁଭେଚ୍ଛା ସହ ଅଭିନନ୍ଦନ ଜଣାଇଛନ୍ତି। ମୟୂରଭଞ୍ଜ ଜିଲା ଶକ୍ତି ଉତ୍ତୋଳନ ସମ୍ପାଦକ ନବ କୁମାର ସାହୁ , ମୟୂରଭଞ୍ଜ ଜିମ୍ନାସିୟମ ସଭାପତି ଗିରିଶ ଚନ୍ଦ୍ର ଦାସ , ରବୀନ୍ଦ୍ର କୁମାର ମହାନ୍ତି , ପରେଶ ଚନ୍ଦ୍ର ମହାନ୍ତି ପ୍ରମୁଖ ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri