ଶଙ୍କରପୁର ସାହି ରାସ୍ତା ସିଲ୍‌ କଲା ବିଏମ୍‌ସି: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ୮୫ ପରିବାରକୁ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୧୬ା୫: ବ୍ରହ୍ମପୁର ବଡ଼ବଜାର ଅଞ୍ଚଳର ଶଙ୍କରପୁର ସାହିକୁ ସଂଯୋଗ କରୁଥିବା ରାସ୍ତାଗୁଡିକୁ ଶୁକ୍ରବାର ବିଳମ୍ବିତ ରାତିରୁ ସିଲ୍‌ କରିଛି ବ୍ରହ୍ମପୁର ମହାନଗର ନିଗମ(ବିଏମସି)। ଶନିବାରଠାରୁ କଣ୍ଟ୍ରୋଲ ଜୋନ୍‌ ମଧ୍ୟରେ ରହିଥିବା ସମସ୍ତ ପରିବାରଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯିବା ସହ ସେମାନଙ୍କ ନିକଟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ପହଞ୍ଚାଇବା ନେଇ ବିଏମ୍‌ସି ପକ୍ଷରୁ ପଦକ୍ଷେପ ନିଆଯାଇଛି।ଅତ୍ୟାବଶ୍ୟକୀୟ ସାମଗ୍ରୀ ପାଇଁ ଯଷ୍ଟରିଚ୍‌ ଆପ୍‌ ଅଥବା ଟେଲିଫୋନ ନଂ-୭୦୭୭୦୨୪୨୬୭ ଯୋଗେ ଯୋଗାଯୋଗ କରିବାକୁ ବିଏମ୍‌ସି ପକ୍ଷରୁ କୁହାଯାଇଥିବା କମିଶନର ଚକ୍ରଓ୍ବର୍ତ୍ତୀ ସିଂ ରାଠୋର ସୂଚାନା ଦେଇଛନ୍ତି ।ଏତଦ୍‌ବ୍ୟତୀତ କଣ୍ଟ୍ରୋଲ ଜୋନ୍‌ ମଧ୍ୟରେ ରହିଥିବା ଶଙ୍କରପୁର ସାହିର ୮୫ ପରିବାରର ୩୭୦ ଲୋକଙ୍କ ଶନିବାର ସ୍ବାସ୍ଥ୍ୟପରୀକ୍ଷା ହୋଇଥିବା ବେଳେ ସନ୍ଧ୍ୟା ସୁଦ୍ଧା ୬ ଜଣଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଜୋନ୍‌ ମଧ୍ୟରେ ଥିବା ସମସ୍ତ ଲୋକଙ୍କ ସ୍ବାସ୍ଥ୍ୟ ଅବସ୍ଥା ଉପରେ ନଜର ରଖିବା ପାଇଁ ୫ ମେଡିକାଲ ଟିମ୍‌କୁ ନିୟୋଜିତ କରାଯାଇଥିବା କମିଶନର ସୂଚାଇଛନ୍ତି। ଜୋନ୍‌ ମଧ୍ୟରେ ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହିଥିବା ବେଳେ ୩ ଫଳ ଗୋଦାମ, ୩ଟ୍ରାନ୍ସପୋର୍ଟ ଗୋଦାମ, କିଛି ହଳଦୀଗୁଣ୍ଡ ଓ ଲଙ୍କାଗୁଣ୍ଡ ହୋଲସେଲ ଦୋକାନ ଜୋନ ମଧ୍ୟରେ ରହିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, କୋଭିଡ୍‌-୧୯ ସଂକ୍ରମିତଙ୍କ ସଂସ୍ପର୍ଶରେ ବ୍ରହ୍ମପୁର ବଡ଼ବଜାର ଅଞ୍ଚଳର ଶଙ୍କରପୁର ସାହିର କିଛି ଲୋକ ଆସିଥିବା ଶୁକ୍ରବାର ସୂଚନା ମିଳିଥିଲା। ଏହାପରେ ବିଏମ୍‌ସି ପକ୍ଷରୁ ଶୁକ୍ରବାର ବିଳମ୍ବିତ ରାତିରେ ଶଙ୍କରପୁର ସାହିକୁ ଆସେସ୍‌ କଣ୍ଟ୍ରୋଲ ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ସାହିର ସମସ୍ତ ପରିବାରଙ୍କୁ ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଉକ୍ତ ସାହିର ସ୍ଥିତି ଅନୁଧ୍ୟାନ କରିବା ନେଇ ବିଏମ୍‌ସିର ୪ ଅଧିକାରୀଙ୍କୁ ନୋଡାଲ ଅଫିସର ଭାବେ ଦାୟିତ୍ୱ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri