ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଦଇତାପତି ସେବକ

ପୁରୀ ଅଫିସ,୩୦।୪: କରୋନା ପାଇଁ ରଥଯାତ୍ରାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଜୁନ୍‌ ୨୩ରେ ପଡୁଥିବା ରଥଯାତ୍ରା ହେବ କି ନାହିଁ ସେ ନେଇ କୌଣସି ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସି ନ ଥିବାବେଳେ ଦଇତାପତି ସେବକମାନେ ବୁଧବାର ଜଗଦ୍‌୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି। କଟକଣା ଭିତରେ ଯେପରି ମହାପ୍ରଭୁଙ୍କ ରଥଯାତ୍ରା କରାଯାଇପାରିବ ସେ ବିଷୟରେ ଜଣାଇଛନ୍ତି। ପୂର୍ବରୁ ଅନେକ ପ୍ରତିକୂଳ ପରିସ୍ଥିତି ଆସିଥିଲେ ବି ରଥଯାତ୍ରା ହୋଇଛି। ଚଳିତବର୍ଷ ରଥଯାତ୍ରା ପାଇଁ ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ଆସି ରଥ ନିର୍ମାଣ ଅନୁକୂଳ ସରିଛି। ସେହିପରି ମହାପ୍ରଭୁ ବାହାରକୁ ଆସିଲେ ନିଶ୍ଚିତ ଏହି କରୋନା ଭୂତାଣୁ ଦୂର ହୋଇଯିବ ବୋଲି ସେବକମାନେ ଗୁରୁଜୀଙ୍କୁ କହିଥିଲେ। ରଥଯାତ୍ରା କିପରି ହେବ ତା’ର ବ୍ୟବସ୍ଥା କରିବା ଲାଗି ଜଣାଇଥିଲେ। ଶଙ୍କରାଚାର୍ଯ୍ୟ ସବୁ ବିଷୟ ଶୁଣିବା ପରେ ସେବାୟତଙ୍କ ସହ ସେ ଅଛନ୍ତି, କିନ୍ତୁ ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବାକୁ ପରାମର୍ଶ ଦେଇଥିବା ବରିଷ୍ଠ ଦଇତାପତି ସେବକ ବିନାୟକ ଦାସମହାପାତ୍ର କହିଛନ୍ତି। ଅନ୍ୟପକ୍ଷରେ ତିନିରଥ ନିର୍ମାଣ କରିବାକୁ ଅନୁମତି ଦେବା ଲାଗି ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଶ୍ରୀଜଗନ୍ନାଥ ସେନା ଅନୁରୋଧ କରିଛି। ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି, ରଥଯାତ୍ରା ପାଇଁ ବିଧି ମୁତାବକ ଆଜ୍ଞାମାଳ ଆସି ରଥ ନିର୍ମାଣ ଅନୁକୂଳ ହୋଇଛି। ତେଣୁ ତିନିରଥ ତିଆରି ପାଇଁ ଗୁରୁଜୀ ଅନୁମତି ଦେବାକୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ...

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

ଭିଡିଓ କଲ୍‌ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍‌ଡେଟ୍‌…

ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍‌ କଲ୍‌ ପରେ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ...

ଦଳରେ ଅଣଦେଖା! ବିଶେଶ୍ୱର ଟୁଡୁଙ୍କୁ ଟିକେଟ ଦେଇନି ଭାଜପା

ଭୁବନେଶ୍ବର,୧୬।୪: ରାଜ୍ୟରେ ଆଉ ୨୧ ବିଧାନସଭା ଆସନ ଲାଗି ଭାଜପା ପକ୍ଷରୁ ମଙ୍ଗଳବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଦଳ ରାଉରକେଲାରୁ ବରିଷ୍ଠ ନେତା...

ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୬।୪: ୟୁପିଏସସି ସିଭିଲ୍‌ ସର୍ଭିସେସ୍‌ର ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୨୦୨୩ ଆଇଏଏସ୍‌ ଫଳାଫଳ ଅନୁଯାୟୀ ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ...

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri