ଶଙ୍କରାଚାର୍ଯ୍ୟଙ୍କୁ ଶ୍ରେଷ୍ଠ ହିନ୍ଦୁ ସମ୍ମାନ

ପୁରୀ ଅଫିସ,୪ା୧: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ମିଳିଛି ଶ୍ରେଷ୍ଠ ହିନ୍ଦୁ ସମ୍ମାନ। ଆମେରିକାର ହାୱାଇରୁ ପ୍ରକାଶିତ ଅନ୍ତର୍ଜାତୀୟ ପତ୍ରିକା ‘ହିନ୍ଦୁଜିମ୍‌ ଟୁଡେ’ ପକ୍ଷରୁ ସର୍ବଶ୍ରେଷ୍ଠ ହିନ୍ଦୁ ବ୍ୟକ୍ତିତ୍ୱ ଭାବେ ଶଙ୍କରାଚାର୍ଯ୍ୟଙ୍କୁ ଏହି ସମ୍ମାନ ମିଳିଛି। ପତ୍ରିକାର ଓଡ଼ିଶା ପ୍ରତିନିଧି ମଙ୍ଗଳା ପ୍ରସାଦ ମହାନ୍ତି ଶୁକ୍ରବାର ମଠ ପରିସରରେ ଶଙ୍କରାଚାର୍ଯ୍ୟଙ୍କୁ ଏହି ସମ୍ମାନର ସମସ୍ତ ସାମଗ୍ରୀ ପ୍ରଦାନ କରିଛନ୍ତି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମଠ ମୁଖପାତ୍ର ମନୋଜ କୁମାର ରଥ କହିଥିଲେ, ସନାତନ ହିନ୍ଦୁମାନଙ୍କ ପାଇଁ ନିଶ୍ଚିତ ଏହା ଗର୍ବ ଓ ଗୌରବର ବିଷୟ। ସନାତନ ହିନ୍ଦୁ ଧର୍ମର ସୁରକ୍ଷା ଦିଗରେ ଗୁରୁଜୀଙ୍କ ଉଦ୍ୟମ ଏବଂ ସାମ୍ପ୍ରତିକ ଦେଶ ସମସ୍ୟାରେ ମତାମତ ଏବଂ ଦିଗ୍‌ଦର୍ଶନ ଦେଉଥିବାରୁ ‘ହିନ୍ଦୁଜିମ୍‌ ଟୁଡେ’ ପତ୍ରିକା ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଶଙ୍କରାଚାର୍ଯ୍ୟ ସମୁଦ୍ର ପାର୍‌ ହେବା ନିଷିଦ୍ଧ ରହିଛି। ତେଣୁ ଆମେରିକା ଯାଇ ଏହି ସମ୍ମାନ ଗ୍ରହଣ କରି ନ ପାରି ଥିବାରୁ ପତ୍ରିକାର ଓଡ଼ିଶା ପ୍ରତିନିଧି ମଠକୁ ଆସି ଗୁରୁଜୀଙ୍କୁ ସମ୍ମାନ ପ୍ରଦାନ କରିଛନ୍ତି। ଏହି ଅବସରରେ ଶଙ୍କରାଚାର୍ଯ୍ୟ ମଧ୍ୟ ଆଶୀର୍ବଚନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

କ୍ଷୀର ବ୍ୟବସାୟୀ ହତ୍ୟା ମାମଲା: ୨୩ରେ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୬ା୧୨(ସୁବାସଚନ୍ଦ୍ର ପାଢ଼ୀ):ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ରହୁଥିବା କ୍ଷୀର ବ୍ୟବସାୟୀ ଲମ୍ୱୋଦର ମୁନି ହତ୍ୟା ମାମଲାର ବିଚାର ଏବେ ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୩...

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍‌

ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ...

IPL ଇତିହାସର ସବୁଠୁ ମହଙ୍ଗା ବିଦେଶୀ ଖେଳାଳି ହେଲେ କ୍ୟାମେରନ ଗ୍ରୀନ: ଏତିକି କୋଟି ଟଙ୍କାରେ କିଣିଲା KKR

ଆବୁଧାବି,୧୬।୧୨: IPL 2026 ନିଲାମ ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ମିନି ଅକ୍ସନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri