ଶଙ୍କରାଚାର୍ଯ୍ୟଙ୍କୁ ଶ୍ରେଷ୍ଠ ହିନ୍ଦୁ ସମ୍ମାନ

ପୁରୀ ଅଫିସ,୪ା୧: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ମିଳିଛି ଶ୍ରେଷ୍ଠ ହିନ୍ଦୁ ସମ୍ମାନ। ଆମେରିକାର ହାୱାଇରୁ ପ୍ରକାଶିତ ଅନ୍ତର୍ଜାତୀୟ ପତ୍ରିକା ‘ହିନ୍ଦୁଜିମ୍‌ ଟୁଡେ’ ପକ୍ଷରୁ ସର୍ବଶ୍ରେଷ୍ଠ ହିନ୍ଦୁ ବ୍ୟକ୍ତିତ୍ୱ ଭାବେ ଶଙ୍କରାଚାର୍ଯ୍ୟଙ୍କୁ ଏହି ସମ୍ମାନ ମିଳିଛି। ପତ୍ରିକାର ଓଡ଼ିଶା ପ୍ରତିନିଧି ମଙ୍ଗଳା ପ୍ରସାଦ ମହାନ୍ତି ଶୁକ୍ରବାର ମଠ ପରିସରରେ ଶଙ୍କରାଚାର୍ଯ୍ୟଙ୍କୁ ଏହି ସମ୍ମାନର ସମସ୍ତ ସାମଗ୍ରୀ ପ୍ରଦାନ କରିଛନ୍ତି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମଠ ମୁଖପାତ୍ର ମନୋଜ କୁମାର ରଥ କହିଥିଲେ, ସନାତନ ହିନ୍ଦୁମାନଙ୍କ ପାଇଁ ନିଶ୍ଚିତ ଏହା ଗର୍ବ ଓ ଗୌରବର ବିଷୟ। ସନାତନ ହିନ୍ଦୁ ଧର୍ମର ସୁରକ୍ଷା ଦିଗରେ ଗୁରୁଜୀଙ୍କ ଉଦ୍ୟମ ଏବଂ ସାମ୍ପ୍ରତିକ ଦେଶ ସମସ୍ୟାରେ ମତାମତ ଏବଂ ଦିଗ୍‌ଦର୍ଶନ ଦେଉଥିବାରୁ ‘ହିନ୍ଦୁଜିମ୍‌ ଟୁଡେ’ ପତ୍ରିକା ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଶଙ୍କରାଚାର୍ଯ୍ୟ ସମୁଦ୍ର ପାର୍‌ ହେବା ନିଷିଦ୍ଧ ରହିଛି। ତେଣୁ ଆମେରିକା ଯାଇ ଏହି ସମ୍ମାନ ଗ୍ରହଣ କରି ନ ପାରି ଥିବାରୁ ପତ୍ରିକାର ଓଡ଼ିଶା ପ୍ରତିନିଧି ମଠକୁ ଆସି ଗୁରୁଜୀଙ୍କୁ ସମ୍ମାନ ପ୍ରଦାନ କରିଛନ୍ତି। ଏହି ଅବସରରେ ଶଙ୍କରାଚାର୍ଯ୍ୟ ମଧ୍ୟ ଆଶୀର୍ବଚନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri