ଶତାଧିକ ମହିଳା ସଂଘକୁ ମିଳୁନି ବ୍ୟାଙ୍କ ଋଣ

ବ୍ରହ୍ମପୁର ଅଫିସ,୨୯ା୪-ବ୍ରହ୍ମପୁରର ୩ ଶତାଧିକ ମହିଳା ସଂଘ ବ୍ୟାଙ୍କ ଋଣ ପାଇବାରୁ ବଞ୍ଚିତ ହୋଇଛନ୍ତି। ଏଥିପାଇଁ ବିଏମ୍‌ସି (ମହାନଗର ନିଗମ)ର ଅବହେଳା ଓ ପ୍ରତାରଣାକୁ ଦାୟୀ କରାଯାଇଛି। ସହରାଞ୍ଚଳ ମହିଳାଙ୍କ ସ୍ବାର୍ଥ ପାଇଁ କାର୍ଯ୍ୟ କରୁଥିବା ସ୍ବେଚ୍ଛାସେବୀ ‘ସଂଗଠନ ଶ୍ରୁତାଇ’ର ରବିବାର ଅନୁଷ୍ଠିତ ବୈଠକରେ ଏଭଳି ସଂଗୀନ ଅଭିଯୋଗ କରାଯାଇଛି। ସମସ୍ୟା ତୁରନ୍ତ ସମାଧାନ ପାଇଁ ଦାବି କରାଯାଇଛି। ନଚେତ୍‌ ଏହାର ପ୍ରତିବାଦରେ ଶହ ଶହ ମହିଳାଙ୍କୁ ସଂଗଠିତ କରି ବିଏମ୍‌ସି ବିରୋଧରେ ଆନ୍ଦୋଳନ ସୂତ୍ରପାତ କରାଯିବାର ଚେତାବନୀ ଦିଆଯାଇଛି ।
ବୈଠକରେ ସଭାପତି ରବି ରଥ ଅଧ୍ୟକ୍ଷତା କରିଥିବା ବେଳେ ଶ୍ରୁତାଇ ସମ୍ପାଦିକା ଇନ୍ଦିରା କୁମାରୀ ନାୟକ ଉପରୋକ୍ତ ଅଭିଯୋଗ କରିଥିଲେ ।
ଶେଷରେ ସମ୍ପାଦିକା କହିଥିଲେ, ସମାଜର ଅବହେଳିତ ମହିଳାଙ୍କୁ ସଶକ୍ତୀକରଣ ଏବଂ ଆତ୍ମନିର୍ଭରଶୀଳ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଥିବା ବ୍ୟାପକ ପ୍ରଚାର ଚାଲିଛି । ବ୍ୟାଙ୍କ ଋଣ ଯୋଗାଇବାର ବ୍ୟବସ୍ଥା ହୋଇଥିବା ବିଜ୍ଞାପନ ପ୍ରକାଶ କରାଯାଉଛି। ତେବେ ଶ୍ରୁତାଇ ଦ୍ୱାରା ଗଠନ ହୋଇଥିବା ୩ ଶତାଧିକ ମହିଳା ସଂଘ ବର୍ଷ ବର୍ଷ ଧରି ଋଣ ପାଇବାରୁ ବଞ୍ଚିତ ହୋଇଛନ୍ତି। ବିଏମ୍‌ସି ଜରିଆରେ ନିୟମ ପ୍ରକାରେ ମହିଳା ଗ୍ରୁପଗୁଡ଼ିକ ଆବେଦନ କରିଥିବା ସତ୍ତ୍ବେ ଗୋଟିଏ ବି ଗ୍ରୁପକୁ ବ୍ୟାଙ୍କ ଋଣ ମିଳି ନ ଥିବା ସେ କହିଛନ୍ତି । ଗତ ୧୨ ବର୍ଷ ମଧ୍ୟରେ ବହୁବାର ବିଏମ୍‌ସି ଆଗରେ ମହିଳାମାନେ ଆନ୍ଦୋଳନ କରି ନିରାଶ ହୋଇଛନ୍ତି ।
ମହିଳା ଗ୍ରୁପର ଆବେଦନଗୁଡ଼ିକ ବିଏମ୍‌ସିର ଦାୟିତ୍ୱରେ ଥିବା ଅଧିକାରୀ ଓ କର୍ମଚାରୀ ପକାଇ ରଖିଥିବା ସମ୍ପାଦିକା ଇନ୍ଦିରା ସୂଚାଇଛନ୍ତି। ଏ ସମ୍ପର୍କରେ ଦକ୍ଷିଣାଞ୍ଚଳ ଆରଡିସି, ଗଞ୍ଜାମ ଜିଲାପାଳ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ନିର୍ଦ୍ଦେଶକଙ୍କୁ ଜଣାଇବା ସତ୍ତ୍ବେ କୌଣସି ପଦକ୍ଷେପ ନିଆଯାଇ ନ ଥିବା ସେ ଦର୍ଶାଇଛନ୍ତି। ତେଣୁ ସରକାରଙ୍କ ମହିଳା ସଶକ୍ତୀକରଣ ଯୋଜନା ପ୍ରହସନ ହୋଇଥିବା ସମ୍ପାଦିକା ସମାଲୋଚନା କରିଛନ୍ତି। ବୈଠକର ଆଲୋଚନାରେ ସଂଗଠନ କାର୍ଯ୍ୟକାରୀ ସଭାପତି ଜଗନ୍ନାଥ ଗନ୍ତାୟତଙ୍କ ସମେତ ସୁସ୍ମିତା ସାବତ, ବିଷ୍ଣୁ ପାଢ଼ୀ, ହରପ୍ରିୟା ସାହୁ ଓ ଗୀତାଲକ୍ଷ୍ମୀ ପଣ୍ଡା ପ୍ରମୁଖ କର୍ମକର୍ତ୍ତା ଭାଗ ନେଇଥିଲେ। ଆବେଦନଗୁଡ଼ିକ ବିଏମ୍‌ସି ପକ୍ଷରୁ ସୁପାରିସ କରି ବ୍ୟାଙ୍କ ଋଣ ମଞ୍ଜୁର ପାଇଁ ପଦକ୍ଷେପ ନିଆ ନ ଗଲେ ପରିସ୍ଥିତି ବିସ୍ଫୋରକ ହେବାର ସ୍ପଷ୍ଟ କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri