ଓଡ଼ଗାଁ,୧୯।୭(ସ୍ବ.ପ୍ର.)-ନୟାଗଡ଼ ଜିଲାର ଶତାୟୁ ସ୍ବାଧୀନତା ସଂଗ୍ରାମୀ ବୀରଭଦ୍ର ଆଚାରୀଙ୍କ ଓଡ଼ଗାଁ ବ୍ଲକ ବଡପୁଟ ଗ୍ରାମସ୍ଥିତ ତାଙ୍କ ବାସଭବନରେ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୧୦୩ ବର୍ଷ ବୟସ ହୋଇଥିଲା। ସେ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନରେ ଯୋଗଦେଇ ୩ ମାସ କାରାବରଣ କରିଥିଲେ। ୧୯୮୧ରେ ନନ୍ଦିଘୋର ପଞ୍ଚାୟତ ଅନ୍ତର୍ଗତ ଆରଡା ଆର୍ଯ୍ୟ ସମାଜର ସେ ପ୍ରତିଷ୍ଠାତା ସଦସ୍ୟ ରହିଥିବା ବେଳେ ଅନ୍ଧ ବିଶ୍ୱାସ ବିରୋଧରେ ଲୋକଙ୍କୁ ବୁଝାଉଥିଲେ ା ସଂଗ୍ରାମୀ ବୀରଭଦ୍ରଙ୍କ ଶେଷ ଇଚ୍ଛା ଅନୁସାରେ ନିଜ ଗ୍ରାମ ବଡପୁଟରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି ା ଜ୍ୟେଷ୍ଠ ପୁତ୍ର ଜଗଦୀଶ ଚନ୍ଦ୍ର ମୁଖାଗ୍ନି ଦେଇଥିଲେ ା ତାଙ୍କ ପରଲୋକରେ ନୟାଗଡ଼ ଜିଲା ଆଯର୍ୟ ସମାଜର ସଦସ୍ୟଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।
ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…
ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…
କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ
ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…
ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…
ପେନସନ୍ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ
ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍ କରାଇ ଦେବାକୁ ଲାଞ୍ଚ ନେଉଥିବା…
ଓଲଟିଲା ଟୁରିଷ୍ଟ ବସ୍: ଚାଲିଗଲା ୫ ଜୀବନ
ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…
ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…
ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…
ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ
ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…
ବେଲପଡ଼ାପାଟଣା ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ୩୪ ଦିନ ପରେ ସ୍କୁଲ ଆସି ପାଠ ପଢ଼ିଲେ ପିଲା, ୧୩ ଅଟକ
ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ଛାତ୍ର ମୃତ୍ୟୁକୁ ନେଇ ଦଶପଲ୍ଲା ବେଲପଡ଼ା ପ୍ରାଥମିକ ବିଦ୍ୟାଳୟରେ ୩୪ ଦିନ ହେବ ସ୍କୁଲ୍ ରେ ତାଲା ପକାଇଥିଲେ ପରିବାର ଲୋକେ। ଆଜି ବେଲପଡ଼ା…
Archives

