ଶନିବାର ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବ ବାତ୍ୟା ବୁଲ୍‌ବୁଲ: ପ୍ରସ୍ତୁତି ନେଇ କ୍ୟାବିନେଟ୍‌ ସଚିବଙ୍କ ସହ ଏସ୍‌ଆର୍‌ସିଙ୍କ ଆଲୋଚନା

ଭୁବନେଶ୍ୱର,୮।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲବୁଲ୍‌’ ଉଗ୍ରରୂପ ଧାରଣକରି ଉତ୍ତର ଦିଗକୁ ଗତିକରୁଛି। ଘଣ୍ଟାପ୍ରତି ଏହାର ବେଗ ୧୩ କିମି ରହିଛି। ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପଠାରୁ ୩୧୦ କିମି ଏବଂ ପଶ୍ଚିମବଙ୍ଗର ଦକ୍ଷିଣ ଦକ୍ଷିଣ ପଶ୍ଚିମ ସାଗର ଦୀପଠାରୁ ୪୫୦ କିମି ଦୂରରେ ରହିଛି। ଶନିବାର ମଧ୍ୟରାତ୍ରିରେ ଏହି ବାତ୍ୟା ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ମଧ୍ୟଦେଇ ସ୍ଥଳଭାଗ ଅତିକ୍ରମ କରିବ। ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ୬୦ରୁ ୭୦ କିମି, ବେଳେବେଳେ ୯୦ କିମି ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି। ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ୁ ନ ଥିଲେ ମଧ୍ୟ ଝଡ଼ବର୍ଷା ଯୋଗୁ କେନ୍ଦ୍ରାପଡ଼ା, ପୁରୀ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା ଆଦି ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଉପକୂଳବର୍ତ୍ତି ଜିଲାର ଜିଲାପାଳଙ୍କୁ ସମସ୍ତପ୍ରକାର ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଜିଲାପାଳଙ୍କ ସହିତ ବାତ୍ୟା ପ୍ରସ୍ତୁତିନେଇ ନିୟମିତ ଯୋଗାଯୋଗ କରୁଛନ୍ତି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦେବା ସହିତ ବିପଦପୂର୍ଣ୍ଣ ଅଞ୍ଚଳରୁ ଆବଶ୍ୟକସ୍ଥଳେ ଲୋକମାନଙ୍କୁ ନିରାପଦ ସ୍ଥାନକୁ ନେବାଲାଗି ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ବୁଲ୍‌ବୁଲ୍‌ର ଗତିବିଧି ଉପରେ ମଧ୍ୟ କେନ୍ଦ୍ର ସରକାରଙ୍କର ନଜର ରହିଛି। ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭକରି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କେନ୍ଦ୍ର କ୍ୟାବିନେଟ ସଚିବ, ରାଜ୍ୟ ସରକାରଙ୍କ ସହିତ ନିୟମିତ ବ୍ୟବଧାନରେ ବାତ୍ୟା ପ୍ରସ୍ତୁତି ନେଇ ସମୀକ୍ଷା କରୁଛନ୍ତି। ଶୁକ୍ରବାର ପୂର୍ବାହ୍ନରେ କେନ୍ଦ୍ର କ୍ୟାବିନେଟ ସଚିବ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହିତ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାତ୍ୟା ପ୍ରସ୍ତୁତିନେଇ ଆଲୋଚନା କରିଛନ୍ତି। ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆର୍‌ସି କହିଛନ୍ତି ଯେ, ବାତ୍ୟା ବୁଲ୍‌ବୁଲର ପ୍ରଭାବ ଓଡ଼ିଶା ଉପରେ ଅଧିକ ନ ଥିଲେ ମଧ୍ୟ ବର୍ଷା ଓ ୬୦ରୁ ୯୦ କିମି ବେଗରେ ପବନ ବହିବ। ମତ୍ସ୍ୟଜୀବୀ, ବାଲେଶ୍ୱର ତଲସରୀ ସମୁଦ୍ର କୂଳକୁ ପର୍ଯ୍ୟଟକ ଯେପରି ନ ଯିବେ ସେ ନେଇ ପଦକ୍ଷେପ ଗ୍ରହର କରିବା ଲାଗି ଜିଲାପାଳଙ୍କୁ କୁହାଯାଇଛି। ପ୍ରଭାବିତ ଆଶଙ୍କା ଥିବା ଜିଲାଗୁଡିକରେ ଓଡ୍ରାଫ୍‌ ଏବଂ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ମୂତୟନ କରାଯାଇଛି। ବାତ୍ୟା ପ୍ରସ୍ତୁତି ସମ୍ପର୍କରେ କ୍ୟାବିନେଟ ସଚିବଙ୍କୁ ଅବଗତ କରାଯାଇଛି। ବାତ୍ୟା ପରବର୍ତ୍ତି ସମୟରେ ଟେଲିଫୋନ୍‌ ସେବା ପ୍ରଭାବିତ ହେଲେ ଟେଲିଫୋନ୍‌ କମ୍ପାନୀଗୁଡିକୁ ପୁନରୁଦ୍ଧାର ପାଇଁ ନିର୍ଦ୍ଦେଶ ଦେବାକୁ କ୍ୟାବିନେଟ ସଚିବ କହିଛନ୍ତି। ବାତ୍ୟା ଉପରେ ବରାବର ନଜର ରଖାଯାଇଥିବା ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri