ଶନିବାର ସନ୍ଧ୍ୟା ୫.୩୦ ରେ ‘ବନ୍ଦେ ଉତ୍କଳ ଜନନୀ’ ଗାଇ କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବର୍ତ୍ତମାନ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରୁଛନ୍ତି। ତଥାପି କୋଭିଡ ବିରୋଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗ, ନିଷ୍ଠା ଓ ପ୍ରତିବଦ୍ଧତା । ସିଏ ଯିଏ ବି ହୁଅନ୍ତୁ ଲୋକ ପ୍ରତିନିଧି, ସରକାରୀ ବା ବେସରକାରୀ କର୍ମଚାରୀ; ସମସ୍ତେ ନିଜ ନିଜର ସୁଖଦୁଃଖକୁ ପଛରେ ପକାଇ ଯେଭଳି ସେବା ଯୋଗାଇ ଚାଲିଛନ୍ତି, ତାର ତୁଳନା ନାହିଁ । ସେହିପରି ଏହି ଯୁଦ୍ଧରେ ସାରା ଓଡିଶାବାସୀ ସରକାରଙ୍କ ପଦକ୍ଷେପକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେଥିପାଇଁ ମୁଁ ସମସ୍ତଙ୍କ ନିକଟରେ ଋଣୀ। ଏହି ପରିପ୍ରେକ୍ଷୀରେ ଓଡିଶା ମାଟି ସହ ସଂପର୍କ ଥିବା ସମସ୍ତଙ୍କୁ, ଆମର ସାଢେ ଚାରି କୋଟି ଓଡିଆ ଭାଇଭଉଣୀ ଆସନ୍ତା ମେ’ ୩୦ ତାରିଖ ଅର୍ଥାତ ଶନିବାର ଦିନ ସଂଧ୍ୟା ୫ଟା ସମୟରେ ଆପଣମାନେ ଦୁନିଆରେ ଯେଉଁଠାରେ ବି ଥାଆନ୍ତୁ, ସମସ୍ତେ ସାମାଜିକ ଦୂରତା ରକ୍ଷା କରି ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରନ୍ତୁ । ଆମର କୋଭିଡ ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ଏହାର ଉଦ୍ଦେଶ୍ୟ । ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ଆମର ଦାୟିତ୍ୱ।

ଆମର ସଂକଳ୍ପକୁ ଆହୁରି ଦୃଢ କରିବା ପାଇଁ ଏହା ପ୍ରେରଣା ଯୋଗାଇବ । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦାବି ସମୟରେ ଉତ୍କଳ ସମ୍ମିଳନୀର ଆଦ୍ୟ ସଂଗୀତ ଥିଲା ‘ବନ୍ଦେ ଉତ୍କଳ ଜନନୀ’। ଓଡିଆ ଜାତୀୟତାର ବନ୍ଧନକୁ ଏହା ମଜବୁତ କରିଥିଲା । ବର୍ତ୍ତମାନ ସମୟରେ ଏହା ଓଡିଆ ଜାତିକୁ, ଆମ ସମସ୍ତଙ୍କୁ ଅଭୂତପୂର୍ବ ପ୍ରେରଣା ଯୋଗାଇବ। ଆଗକୁ ଆମ ପାଇଁ ଆହୁରି କଠିନ ରାସ୍ତା ଆସିପାରେ। ଆଗାମୀ ଦିନର ଆହ୍ବାନକୁ ସଫଳ ଭାବରେ ମୁକାବିଲା କରିବା ଏବଂ ନୂଆ ସଂକଳ୍ପ ନେଇ କାମ କରିବା ପାଇଁ ଏହା ଆମକୁ ଶକ୍ତି ଯୋଗାଇବ। ଏ ବିଶ୍ବାସ ମୋର ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷ ପରେ BTS ର ଧମାକାଦାର ପ୍ରତ୍ୟାବର୍ତ୍ତନ: ଏହିଦିନ ରିଲିଜ୍ ହେବ ନୂଆ ଆଲବମ୍

ନୂଆଦିଲ୍ଲୀ,୨।୧: ବିଶ୍ୱପ୍ରସିଦ୍ଧ କେ-ପପ୍ ବୟ ବ୍ୟାଣ୍ଡ BTS ର ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ଏହି...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। ସେହିପରି ୨୦୨୬ର ଦ୍ବିତୀୟ...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍‌ କଲା ଇଭିଏମ୍‌, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri