ଶପଥଗ୍ରହଣ ଉତ୍ସବ ପାଇଁ ୬୭ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୨ା୬(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶପଥ ସମାରୋହରେ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖାଯାଇ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ପକ୍ଷରୁ ମୋଟ୍‌ ୬୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବାବେଳ ସମ୍ପୂର୍ଣ୍ଣ ସଭାସ୍ଥଳକୁ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ସୁରକ୍ଷା ଦାୟିତ୍ୱକୁ ୩ଟି ଭାଗରେ ବିଭକ୍ତ କରାଯାଇ ବିଶେଷକରି ଜଣେ ଆଇଜି ଓ ଦୁଇ ଡିଆଇଜିଙ୍କୁ ଦାୟିତ୍ୱ ଦିଆଯାଇଛି। ଶପଥ ଗ୍ରହଣ ଉତ୍ସବ ସ୍ଥଳ ଜନତା ମଇଦାନରେ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଆଇଜି (ପର୍ସନାଲ) ପ୍ରବୀଣ କୁମାରଙ୍କୁ ଦାୟିତ୍ୱ ଦିଆଯାଇଛି। ବିମାନ ବନ୍ଦର ଦେଇ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ରାଜନେତା ଓ ବରିଷ୍ଠ ବ୍ୟକ୍ତିବିଶେଷମାନେ ଆସିବେ। ତେଣୁ ବିମାନବନ୍ଦର ଓ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିମାନ ବନ୍ଦର ସୁରକ୍ଷାରେ ଡିଆଇଜି ସାର୍ଥକ ଷଡ଼ଙ୍ଗୀ ରହିଛନ୍ତି। ସେହିପରି ଏୟାରପୋର୍ଟଠାରୁ ଜନତା ମଇଦାନ ରାସ୍ତା ଏବଂ ଜନସାଧାରଣଙ୍କ ଆଗମନ ଓ ପାର୍କିଂ ପରିଚାଳନା ପାଇଁ ଡିଆଇଜି ଉମାଶଙ୍କର ଦାଶଙ୍କୁ ଦାୟିତ୍ୱ ଦିଆଯାଇଛି। ଏଥିସହ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ସମେତ ୧୩ ଜଣ ଡିସିପି ର଼୍ୟାଙ୍କର ଅଧିକାରୀ, ୧୮ ଜଣ ଅତିରିକ୍ତ ଡିସିପି, ୫୮ ଜଣ ଏସିପି, ୯୪ ଜଣ ଇନ୍ସପେକ୍ଟର, ୩୧୨ ଜଣ ଏସ୍‌ଆଇ/ଏଏସ୍‌ଆଇ ଦାୟିତ୍ୱରେ ରହିଛନ୍ତି। ଅନ୍ୟପକ୍ଷରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରତିହତ କରିବା ପାଇଁ ୩ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ୍‌ (ଏସ୍‌ଟିୟୁ) ମୁତୟନ କରାଯାଇଛି। ଏଥିସହ କୌଣସି ପ୍ରତିକୂଳ ପରିସ୍ଥିତି ପାଇଁ ଗୋଟିଏ ଓଡ୍ରାଫ୍‌ ଟିମ୍‌ ମଧ୍ୟ ଦାୟିତ୍ୱରେ ରହିଛନ୍ତି। ବ୍ଲ୍ୟୁ ବୁକ୍‌ ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଥିବାବେଳେ ରୁଟ ଲାଇନ୍‌ ଓ ଜନତା ମଇଦାନର ଡଗ୍‌ ସ୍କ୍ବାଡ୍‌ ଦ୍ୱାରା ନିୟମିତ ଯାଞ୍ଚ ଜାରି ରହିଛି। ଭୁବନେଶ୍ୱରରେ ବିଭିନ୍ନ ହୋଟେଲରେ ମଧ୍ୟ ଯାଞ୍ଚ ସହ ନାଇଟ୍‌ ବ୍ଲକିଂ ଓ ଚେକିଂ ଜାରି ରହିଥିବା ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ପୂର୍ବାହ୍ନରେ ଜନତା ମଇଦାନରେ ସମସ୍ତ ଫୋର୍ସ ଓ ଅଧିକାରୀଙ୍କୁ ନେଇ ଏକ ବୈଠକ ଆୟୋଜିତ ହୋଇଥିଲା। ସୁରକ୍ଷା ଦାୟିତ୍ୱ କିପରି ନିର୍ବାହ କରାଯିବ ସେନେଇ ପୋଲିସ କର୍ମଚାରୀ ଓ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ସେହିଭଳି କମିଶନରେଟ ପୋଲିସ ପକ୍ଷରୁ ପ୍ରଧାନମନ୍ତ୍ରୀ ଗସ୍ତର ରୁଟ୍‌ ଲାଇନ୍‌ ଅର୍ଥାତ୍‌ ବିମାନବନ୍ଦରରୁ ରାଜଭବନ ଦେଇ ଜନତା ମଇଦାନ ପର୍ଯ୍ୟନ୍ତ ଏକ କାର୍‌କେଡ୍‌ ରିହର୍ସାଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri