ଶପଥଗ୍ରହଣ ସମାରୋହ ପରେ ଭିଡ଼ରେ ଫସିଥିଲେ ଆଶା ଭୋସଲେ, ସାହାଯ୍ୟ କରିଥିବାରୁ ସ୍ମୃତିଙ୍କୁ ଦେଲେ ଧନ୍ୟବାଦ

ମୁମ୍ବାଇ: କେନ୍ଦ୍ର କ୍ୟାବିନେଟ୍‌ ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଉଦାର ସ୍ବଭାବକୁ ନେଇ ଚର୍ଚ୍ଚା। ସେ ବି ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ଟୁଇଟ୍‌ ପରେ। ଗୁରୁବାର ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ଶପଥଗ୍ରହଣ ଉତ୍ସବ ରାଷ୍ଟ୍ରପତି ଭବନ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବଲିଉଡ୍‌ ତଥା ଅନ୍ୟାନ୍ୟ କ୍ଷେତ୍ର ସହ ଜଡ଼ିତ ଲୋକେ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଥିଲେ ଆଶା। ତେବେ ରାତି ୯ଟାରେ କାର୍ଯ୍ୟକ୍ରମ ଶେଷ ହେବା ପରେ ବାଟବଣା ହୋଇଯାଇଥିଲେ ଆଶା। ଅତ୍ୟଧିକ ଭିଡ଼ ଯୋଗୁ ସେ କିପରି ସେଥିରୁ ବାହାରିବେ ଜାଣିପାରୁ ନ ଥିଲେ। ଏଭଳି ଏକ ସମୟରେ ସାହାଯ୍ୟ ପାଇଁ ଆଗକୁ ଆସିଥିଲେ ସ୍ମୃତି। ସେ ଆଶାଙ୍କୁ ସୁରକ୍ଷିତ ଭାବେ ଘରେ ପହଞ୍ଚିବା ଲାଗି ସମସ୍ତ ପ୍ରକାର ବନ୍ଦୋବସ୍ତ କରିଥିଲେ। ଆଶା ସ୍ମୃତିଙ୍କୁ ଧନ୍ୟବାଦ ଦେବା ସହ ଏ ନେଇ ନିଜ ଟୁଇଟର ପୃଷ୍ଠାରେ ସୂଚନା ଦେଇଛନ୍ତି। ତେବେ ସେ ସମସ୍ତଙ୍କ ଯତ୍ନ ନିଅନ୍ତି ତେଣୁ ସେ ଜିତିଛନ୍ତି ବୋଲି ଆଶା ମତ ଦେଇଛନ୍ତି। ଏହାର ଜବାବରେ ସ୍ମୃତି ଆର୍ଶିବାଦ ଭିକ୍ଷା କରିଛନ୍ତି।

କେବଳ ଯେ ଆଶା ତାହା ନୁହେଁ, ନୂତନ ମନ୍ତ୍ରୀମଣ୍ଡଳ ଶପଥଗ୍ରହଣ ସମାରୋହରେ ଦେଶ ତଥା ବିଦେଶର ବଡ଼ ବଡ଼ ରାଜନେତା ଯୋଗ ଦେଇଥିଲେ। ବଲିଉଡ୍‌ର ନିର୍ଦ୍ଦେଶକ, ପ୍ରଯୋଜକ, ଅଭିନେତା, ଅଭିନେତ୍ରୀ ତଥା କମେଡିଆନ ମଧ୍ୟ ଏଥିରେ ସାମିଲ ହୋଇଥିଲେ। ସେମାନଙ୍କ ମଧ୍ୟରେ କଙ୍ଗନା ରାଣାଓ୍ବତ, କରନ୍‌ ଜୋହର, ଦିବ୍ୟା କୁମାର ଖୋସଲା, ଅନୁପମ ଖେର, ଅନିଲ କପୁର, ରାଜକୁମାର ହିରାନୀ, ଶାହିଦ କପୁର ପ୍ରମୁଖ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri