Posted inଜାତୀୟ

ଶପଥ ଗ୍ରହଣ ଉତ୍ସବକୁ ମୋଦିଙ୍କୁ ନିମନ୍ତ୍ରଣ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୪।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଅରବିନ୍ଦ କେଜରିଓ୍ବାଲ ତୃତୀୟ ଥର ଲାଗି ଆସନ୍ତା ୧୬ ତାରିଖ ଅର୍ଥାତ୍‌ ରବିବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ରାମଲୀଳା ମଇଦାନରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଏହି ଶପଥ ଗ୍ରହଣ ଉତ୍ସବରେ କେବଳ ଦିଲ୍ଲୀର ଜନତା ଓ ରାଜନେତାମାନେ ଯୋଗ ଦେବାର କର୍ଯ୍ୟକ୍ରମ ରହିଛି। ଏଥିପାଇଁ ଅନ୍ୟ କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଅବା ନେତାଙ୍କୁ ନିମନ୍ତ୍ରଣ କରାଯାଇ ନ ଥିବା କହିଛନ୍ତି ଆମ ଆଦମୀ ପାର୍ଟି(ଏଏପି) ନେତା ଗୋପାଳ ରାଏ। ହେଲେ ଏହି ଶପଥ ଗ୍ରହଣ ଉତ୍ସବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କେଜରିଓ୍ବାଲ ସ୍ବତନ୍ତ୍ର ଭାବେ ନିମନ୍ତ୍ରଣ ଦେଇଥିବା ସୂଚନା ଦେଇଛନ୍ତି ଶ୍ରୀ ରାଏ। ଏହାପୂର୍ବରୁ ଏଏପିର ବରିଷ୍ଠ ନେତା ମନିଷ ସିସୋଡିଆ ମଧ୍ୟ ଦିଲ୍ଲୀବାସୀଙ୍କୁ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ଜଣାଇଥିଲେ। ସେ କହିଥିଲେ ଦିଲ୍ଲୀବାସୀ ରବିବାର ସକାଳ ୧୦ଟା ସୁଦ୍ଧା ରମଲୀଳା ମଇଦାନରେ ଉପସ୍ଥିତ ହେବାକୁ ଅନୁରୋଧ। ଦିଲ୍ଲୀବାସୀଙ୍କ ପୁଅ କେଜରିଓ୍ବାଲଙ୍କୁ ଆଗକୁ ବଢିବାକୁ ଆପଣମାନଙ୍କ ଆଶୀର୍ବାଦ ଲୋଡା। ସୂଚନାଯୋଗ୍ୟ, ଦିଲ୍ଲୀ ବିଧାନସଭା ପାଇଁ ଫେବୃୟାରୀ ୮ରେ ନିର୍ବାଚନ ହୋଇଥିବା ବେଳେ ଏଥିରେ ଏଏପି ମୋଟ ୭୦ ଆସନରୁ ୬୨ଟିରେ ବିଜୟ ଲାଭ କରି ସଂଖ୍ୟା ଗରିଷ୍ଠତା ହାସଲ କରିଛି। ଆଉ ଅରବିନ୍ଦ କେଜରିଓ୍ବାଲ ତୃତୀୟଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri