Posted inଜାତୀୟ

ଶପଥ ଗ୍ରହଣ ଉତ୍ସବରେ କେଜ୍‌ରିଓ୍ବାଲ ପିନ୍ଧିଥିବା ସ୍ବେଟର୍‌ର ଦାମ୍‌ କେତେ ଜାଣନ୍ତି

ନୂଆଦିଲ୍ଲୀ,୧୬।୨: ତୃତୀୟ ଥର ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲ। ଶପଥ ଗ୍ରହଣ ଉତ୍ସବରେ କଳାରଙ୍ଗର ପ୍ୟାଣ୍ଟ ସହିତ ଧଳାରଙ୍ଗ ଶାର୍ଟ ପିନ୍ଧିଥିଲେ। ତେବେ ସେ ପିନ୍ଧିଥିବା ମୋଣ୍ଟେ କାର୍ଲୋ କମ୍ପାନୀର ଏକ ସ୍ବେଟରକୁ ନେଇ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ହେଉଛି। ଏହି ସ୍ବେଟରର ମୂଲ୍ୟ ୧୬୦୦ ଟଙ୍କା। କେଜ୍‌ରିଓ୍ବାଲଙ୍କ ଏହି ସାଧାସିଧା ଅନ୍ଦାଜକୁ ୟୁଜର୍ସ ପସନ୍ଦ କରିଛନ୍ତି। ତେବେ ପୂର୍ବ ଦୁଇ ଶପଥ ଗ୍ରହଣ ଉତ୍ସବରେ ତାଙ୍କ ମଥାରେ ଲାଲ୍‌ ରଙ୍ଗର ତିଳକ ନ ଥିବା ବେଳେ ଏଥର ତିଳକ ଲଗାଇଥିବା ଦେଖିବାକୁ ମିଳିଥିଲା। ସୂଚନାଯୋଗ୍ୟ, ଦିଲ୍ଲୀର ରାମଲୀଲା ମଇଦାନରେ ଗଭର୍ଣ୍ଣର ଅନୀଲ ବୈଜଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। କେଜ୍‌ରିଓ୍ବାଲଙ୍କ ସହ ୬ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ ପରେ କେଜ୍‌ରିୱାଲ କହିଥିଲେ,ଏହା ମୋର ନୁହେଁ, ଦିଲ୍ଲୀବାସୀଙ୍କ ବିଜୟ। ଆପଣଙ୍କ ପୁଅ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛି। ଲୋକଙ୍କ ଜୀବନରେ ଟିକେ ଖୁସି ଆଣି ପାରିଥିବାରୁ ଅତ୍ୟନ୍ତ ଖୁସି ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri