ଶପଥ ନେଲେ ବିଚାରପତି ସଞ୍ଜୀବ ପାଣିଗ୍ରାହୀ

କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ସୋମବାର ଅପରାହ୍ନରେ ଶପଥ ଗ୍ରହଣ କରିଛନ୍ତି ସଞ୍ଜୀବ କୁମାର ପାଣିଗ୍ରାହୀ। ହାଇକୋର୍ଟ ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା ଯୋଗଦେଇ ପାଣିଗ୍ରାହୀଙ୍କୁ ଶପଥ ପାଠ କରାଇଥିଲେ। ପାଣିଗ୍ରାହୀଙ୍କ ଶପଥ ଗ୍ରହଣ ପରେ ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। କାର୍ଯ୍ୟକ୍ରମ ପ୍ରାରମ୍ଭରେ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ନିଯୁକ୍ତିପତ୍ରକୁ ଗୃହ ସଚିବ ସଞ୍ଜୀବ ଚୋପ୍ରା ପାଠ କରିଥିଲେ। ଏହାପରେ ଜଷ୍ଟିସ ପଣ୍ଡା ପାଣିଗ୍ରାହୀଙ୍କୁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ, ଖାଉଟିକଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସତ୍ୟଜିତ୍‌ ମହାନ୍ତି, କ୍ରାଇମ୍‌ବ୍ରାଞ୍ଚ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ପୋଲିସ କମିଶନର ଡା. ସୁଧାଂଶୁ ଷଡ଼ଙ୍ଗୀ, କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ଡିସିପି ଅଖିଳେଶ୍ୱର ସିଂଙ୍କ ସମେତ ହାଇକୋର୍ଟର ସମସ୍ତ ବିଚାରପତି, ଅବସରପ୍ରାପ୍ତ ବିଚାରପତି ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲେ।
ବଲାଙ୍ଗୀର ଜିଲା ସଦର ବ୍ଲକ ଅଧୀନ ବାରପୁଡୁଗିଆ ଗ୍ରାମର ନିମାଇଁ ଚରଣ ପାଣିଗ୍ରାହୀ ଏବଂ ମନ୍ଦାକିନୀ ପାଣିଗ୍ରାହୀଙ୍କ ପୁତ୍ର ହେଉଛନ୍ତି ସଞ୍ଜୀବ। ସ୍କୁଲ ଶିକ୍ଷା ପରେ ସେ ରାଜେନ୍ଦ୍ର କଲେଜରୁ ଉଚ୍ଚ ଶିକ୍ଷା ଗ୍ରହଣ କରିଥିଲେ। ପରେ ସମ୍ବଲପୁର ଏଲ୍‌ଆର୍‌ ଆଇନ ମହାବିଦ୍ୟାଳୟରୁ ଏଲ୍‌ଏଲ୍‌ବି ଏବଂ ବାଙ୍ଗାଲୋରସ୍ଥିତ ଜାତୀୟ ଆଇନ ବିଦ୍ୟାଳୟରୁ ଏଲ୍‌ଏଲ୍‌ଏମ୍‌ ଶିକ୍ଷା ଗ୍ରହଣ କରିଥିଲେ। ଆଇନ ଶିକ୍ଷା ଶେଷ ହେବା ପରେ ସେ ପ୍ରଥମେ ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଭାବେ ଯୋଗଦେଇଥିଲେ। କିଛି ମାସ ପରେ ସୁପ୍ରିମକୋର୍ଟରେ ଅଭ୍ୟାସ ଆରମ୍ଭ କରିଥିଲେ। ଓକିଲାତି ପେସା ଭିତରେ ସେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ କର୍ପୋରେଟ୍‌ ସଂସ୍ଥା ପାଇଁ ମାମଲା ଲଢିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri