ଶପଥ ନେଲେ ବିଚାରପତି ସଞ୍ଜୀବ ପାଣିଗ୍ରାହୀ

କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ସୋମବାର ଅପରାହ୍ନରେ ଶପଥ ଗ୍ରହଣ କରିଛନ୍ତି ସଞ୍ଜୀବ କୁମାର ପାଣିଗ୍ରାହୀ। ହାଇକୋର୍ଟ ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା ଯୋଗଦେଇ ପାଣିଗ୍ରାହୀଙ୍କୁ ଶପଥ ପାଠ କରାଇଥିଲେ। ପାଣିଗ୍ରାହୀଙ୍କ ଶପଥ ଗ୍ରହଣ ପରେ ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। କାର୍ଯ୍ୟକ୍ରମ ପ୍ରାରମ୍ଭରେ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ନିଯୁକ୍ତିପତ୍ରକୁ ଗୃହ ସଚିବ ସଞ୍ଜୀବ ଚୋପ୍ରା ପାଠ କରିଥିଲେ। ଏହାପରେ ଜଷ୍ଟିସ ପଣ୍ଡା ପାଣିଗ୍ରାହୀଙ୍କୁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ, ଖାଉଟିକଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସତ୍ୟଜିତ୍‌ ମହାନ୍ତି, କ୍ରାଇମ୍‌ବ୍ରାଞ୍ଚ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ପୋଲିସ କମିଶନର ଡା. ସୁଧାଂଶୁ ଷଡ଼ଙ୍ଗୀ, କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ଡିସିପି ଅଖିଳେଶ୍ୱର ସିଂଙ୍କ ସମେତ ହାଇକୋର୍ଟର ସମସ୍ତ ବିଚାରପତି, ଅବସରପ୍ରାପ୍ତ ବିଚାରପତି ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲେ।
ବଲାଙ୍ଗୀର ଜିଲା ସଦର ବ୍ଲକ ଅଧୀନ ବାରପୁଡୁଗିଆ ଗ୍ରାମର ନିମାଇଁ ଚରଣ ପାଣିଗ୍ରାହୀ ଏବଂ ମନ୍ଦାକିନୀ ପାଣିଗ୍ରାହୀଙ୍କ ପୁତ୍ର ହେଉଛନ୍ତି ସଞ୍ଜୀବ। ସ୍କୁଲ ଶିକ୍ଷା ପରେ ସେ ରାଜେନ୍ଦ୍ର କଲେଜରୁ ଉଚ୍ଚ ଶିକ୍ଷା ଗ୍ରହଣ କରିଥିଲେ। ପରେ ସମ୍ବଲପୁର ଏଲ୍‌ଆର୍‌ ଆଇନ ମହାବିଦ୍ୟାଳୟରୁ ଏଲ୍‌ଏଲ୍‌ବି ଏବଂ ବାଙ୍ଗାଲୋରସ୍ଥିତ ଜାତୀୟ ଆଇନ ବିଦ୍ୟାଳୟରୁ ଏଲ୍‌ଏଲ୍‌ଏମ୍‌ ଶିକ୍ଷା ଗ୍ରହଣ କରିଥିଲେ। ଆଇନ ଶିକ୍ଷା ଶେଷ ହେବା ପରେ ସେ ପ୍ରଥମେ ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଭାବେ ଯୋଗଦେଇଥିଲେ। କିଛି ମାସ ପରେ ସୁପ୍ରିମକୋର୍ଟରେ ଅଭ୍ୟାସ ଆରମ୍ଭ କରିଥିଲେ। ଓକିଲାତି ପେସା ଭିତରେ ସେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ କର୍ପୋରେଟ୍‌ ସଂସ୍ଥା ପାଇଁ ମାମଲା ଲଢିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri