Posted inଜାତୀୟ

ଶପଥ ନେଲେ ସୁପ୍ରିମକୋର୍ଟର ୫ ନୂଆ ବିଚାରପତି

ନୂଆଦିଲ୍ଲୀ,୨।୬: ସୁପ୍ରିମକୋର୍ଟରେ ମଙ୍ଗଳବାର ୫ ନୂଆ ବିଚାରପତି ଶପଥ ନେଇଛନ୍ତି। ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚଛି। ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ କମ୍‌। ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଭେଙ୍କିତା ସୁବ୍ରମଣି ମୋହନ, ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଶ୍ରୀ ଚନ୍ଦ୍ରଶେଖର, ପଞ୍ଜାବ ଓ ହରିୟାଣା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଶିଲ ନାଗୁ, ମଧ୍ୟପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସଞ୍ଜୀବ ସଚଦେବା ଏବଂ ଜମ୍ମୁ-କଶ୍ମୀର ଓ ଲଦାଖ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଅରୁନ୍‌ ପାଲ୍ଲି ସୁପ୍ରିମକୋର୍ଟ ବିଚାରପତି ଭାବେ ଶପଥ ନେଇଛନ୍ତି।
ସୁପ୍ରିମକୋର୍ଟରେ ପ୍ରଧାନ ବିଚାରପତିଙ୍କ ସମେତ ମଞ୍ଜୁରୀପ୍ରାପ୍ତ ମୋଟ ବିଚାରପତିଙ୍କ ସଂଖ୍ୟା ୩୪ ହୋଇଥିବାବେଳେ ଏହାକୁ ୩୮କୁ ବଢ଼ାଇବା ପାଇଁ ଗତ ମାସରେ କେନ୍ଦ୍ର ସରକାର ଏକ ଅଧ୍ୟାଦେଶ ବଳରେ ଆଇନରେ ସଂଶୋଧନ କରିଥିଲେ। ଏବେ ୨ଟି ପଦବୀ ଖାଲି ଥିବାବେଳେ ଆଇନରେ ସଂଶୋଧନ ପରେ ଖାଲି ପଦବୀ ସଂଖ୍ୟା ୬ ହୋଇଥିଲା। ୫ ବିଚାରପତିଙ୍କୁ ନିଯୁକ୍ତି ମିଳିଥିବାରୁ ସୁପ୍ରିମକୋର୍ଟରେ ଆଉ ଗୋଟିଏ ପଦବୀ ଖାଲି ରହିଛି। ଗତ ୨୭ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ୍‌ ୫ ବିଚାରପତିଙ୍କ ନାମ ସୁପାରିସ କରିଥିବାବେଳେ ୪ ଦିନ ପରେ ସେମାନଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହାତ ବନ୍ଧା ଅବସ୍ଥାରେ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ: ବଢିଲା ହତ୍ୟା ସନ୍ଦେହ

କେନ୍ଦ୍ରାପଡ଼ା,୨।୬: କେନ୍ଦ୍ରପଡ଼ା ଜିଲା ସଦର ଥାନା ଅଧୀନ କଜଳା ରୋଡ ରେଳ ଧାରଣା କଡ଼ ଏକ ଗଛରୁ ଜଣେ ଯୁବକଙ୍କ ହାତବନ୍ଧା ଅବସ୍ଥାରେ ଝୁଲନ୍ତା ମୃତଦେହ ମଙ୍ଗଳବାର…

ଓରିଙ୍ଗା ଜଙ୍ଗଲରେ ଭିଜିଲାନ୍ସ ଟିମ୍‌: ବନୀକରଣରେ ଦୁର୍ନୀତି ଗନ୍ଧ

ଆଠଗଡ,୨।୬(ସତ୍ୟ ପ୍ରସାଦ ରଥ):କଟକ ଜିଲା ଆଠଗଡ଼ ବନାଞ୍ଚଳ ଅନ୍ତର୍ଗତ ଓରିଙ୍ଗା ସଂରକ୍ଷିତ ଜଙ୍ଗଲରେ ୨୫ ହେକ୍ଟର ଜମିରେ କରାଯାଇଥିବା ବନୀକରଣ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ଆସିବା ପରେ…

ମମତାଙ୍କ ପାଇଁ ବଡ଼ ସଙ୍କଟ; ଦଳ ଛାଡିପାରନ୍ତି ୫୦ ବିଧାୟକ, କଣ ହେବ ଭବିଷ୍ୟତ?

କୋଲକାତା,୨।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ପରାଜୟ ପରେ, ତୃଣମୂଳ କଂଗ୍ରେସ ଭିତରେ ଆଭ୍ୟନ୍ତରୀଣ କନ୍ଦଳ ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ଏହା ଖୋଲାଖୋଲି ଭାବେ ସାମ୍ନାକୁ ଆସିଛି…

ନୂଆ ସରକାର ବୁଝିଲେ ଛାତ୍ରୀଛାତ୍ରଙ୍କ ସମସ୍ୟା: ୧୩ କୋଟି ଟଙ୍କା ବ୍ୟୟରେ…

ଭଞ୍ଜନଗର,୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଶିଳ୍ପ ତାଲିମ କେନ୍ଦ୍ରର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଓ ୧୫୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସର ଶିଳାନ୍ୟାସ ମଙ୍ଗଳବାର ହୋଇଛି।…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ଆସିଲା ଖୁସିଖବର: ମା’ ହେଲା ‘ଜିନ୍ନତ’

ଭୁବନେଶ୍ୱର,୨।୬: ମୟୁରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ଏକ ଖୁସି ଖବର ଆସିଛି॥ ମା’ ହୋଇଛି ବାଘୁଣୀ ‘ଜିନ୍ନତ’। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ? ବଡ଼ ସଙ୍କେତ ଦେଲା BCCI

ନୂଆଦିଲ୍ଲୀ,୨।୬: ଯେତେବେଳେ ବି IPLର 19ତମ ସିଜିନ ବିଷୟରେ ଆଲୋଚନା ହୁଏ, ସମସ୍ତଙ୍କ ମୁହଁରେ ପ୍ରଥମେ ନାମ ନିଶ୍ଚିତ ଭାବରେ 15 ବର୍ଷୀୟ ଯୁବ ସେନସେସନ ବୈଭବ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri