ଶବ ସଂରକ୍ଷଣ ଗୃହରେ ମୃତଦେହ ରଖିବାକୁ ଭୟ: ରାତିସାରା ବାରଣ୍ଡାରେ ପଡ଼ି ରହିଲା ଦୁଇ ମୃତ ଶରୀର

ଅନୁଗୋଳ ଅଫିସ, ୧୮।୮: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଶବ ସଂରକ୍ଷଣ ଗୃହରେ ମୃତଦେହ ରଖିଲେ ଖଣ୍ଡିଆ ହୋଇଯାଉଥିବା ଅଭିଯୋଗ ହେଉଥିବାରୁ ଏବେ କର୍ମଚାରୀମାନେ ସେଠାରେ ମୃତଦେହ ରଖିବାକୁ ଭୟ କରୁଥିବା ଚର୍ଚ୍ଚାର ବିଷୟ ହୋଇଛି। ଶୁକ୍ରବାର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମୃତଦେହ ସଂରକ୍ଷଣ ଗୃହରେ ନ ରଖି କର୍ମଚାରୀମାନେ ବାରଣ୍ଡାରେ ପକାଇ ଦେବାରୁ ଉଭୟ ପରିବାର ଲୋକେ ରାତି ଉଜାଗର ରହି ସେଠାରେ ଜଗି ବସିଥିବା ଅଭିଯୋଗ ହୋଇଛି।
ପ୍ରକାଶ ଯେ, ଶୁକ୍ରବାର ରାତିରେ ନାଲ୍‌କୋ ଥାନା ଗିରାଙ୍ଗ ଗ୍ରାମର ସୁବାସ ନାଏକ ବିଷ ପାନ କରିଥିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ସେହିଭଳି ଢେଙ୍କାନାଳ ଜିଲା ଦଦରାଘାଟି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ପରଜଙ୍ଗ ଥାନା ଅଞ୍ଚଳର ଗଙ୍ଗ ସେନାପତିଙ୍କ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ତେବେ ଉଭୟଙ୍କ ମୃତଦେହ ଶବ ସଂରକ୍ଷଣ ଗୃହରେ ରଖିବା ବଦଳରେ ମେଡିକାଲ କର୍ମଚାରୀ ବାରଣ୍ଡାରେ ରଖି ଦେଇଥିଲେ। ପରିବାର ଲୋକେ ଆପତ୍ତି କରିଥିଲେ ମଧ୍ୟ ରାତି ଡ୍ୟୁଟିରେ ଥିବା ଅଧିକାରୀ ଓ କର୍ମଚାରୀମାନେ ତାହା ଶୁଣି ନ ଥିଲେ। ଫଳରେ ବାଧ୍ୟ ହୋଇ ପରିବାର ଲୋକେ ରାତି ଅନିଦ୍ରା ହୋଇ ମୃତଦେହକୁ ଜଗି ରହିଥିଲେ। ଏ ସମ୍ପର୍କରେ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଲକ୍ଷ୍ମୀ ନାରାୟଣ ବିଶୋଇ କହିଛନ୍ତି, ପୋଲିସ ଆସି ମୃତଦେହ ରଖିବା କଥା। କାହିଁକି ରଖାଗଲା ନାହିଁ ତାହା ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri